ଆରମ୍ଭ ହେଲା ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା - chandan yatra

By ETV Bharat Odisha Team

Published : May 11, 2024, 10:34 AM IST

thumbnail
CHANDAN YATRA (ETV BHARAT ODISHA)

Chandan Yatra: ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥକାଠ ଅନୁକୂଳ ହେବା ସହ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା। ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ୨୧ ଦିନ ପର୍ଯ୍ୟନ୍ତ ଜାରି ରହିବ । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚ ପାଣ୍ଡବଙ୍କୁ ସେବାୟତ ମାନେ ମଣି ବିମାନରେ ଚନ୍ଦନ ପୁଷ୍କରିଣୀ ନରେନ୍ଦ୍ର ଅଭିମୁଖେ ନେଇଥାନ୍ତି । ପ୍ରବଳ ଗ୍ରୀଷ୍ମ ତାପରୁ ରକ୍ଷା ପାଇବା ପାଇଁ ମହାପ୍ରଭୁ ସେଠାରେ ମନୁଷ୍ୟ ଲୀଳାରେ ନୌକା ବିହାର କରିଥାନ୍ତି। ନରେନ୍ଦ୍ର ପୁଷ୍କରିଣୀରେ ଏହି ଅବସରରେ ଚନ୍ଦନ, ପୁଷ୍ପର ପ୍ରଲେପ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଯିବାର ପରମ୍ପରା ରହିଛି। ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରାରେ ଭକ୍ତ ମାନେ ସାମିଲ ହୋଇ ନିଜକୁ ଧନ୍ୟ ମନେକରିଛନ୍ତି। ଦୋଳରେ ଦୋଳ ଗୋବିନ୍ଦ, ଚାପରେ ମଧୁସୂଦନ, ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ବାସ ରହିଛି।  ଚନ୍ଦନ ଯାତ୍ରା ଅବସରରେଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ୮ ପ୍ଲାଟୁନ୍ ପୋଲିସ ଫୋର୍ସ, ଦୁଇଜଣ ଅତିରିକ୍ତ ଏସପି, ୩ ଡିଏସପି ଓ ୭ଜଣ ଆଇଆଇସି ମୂତୟନ ହୋଇଛନ୍ତି । ସେହିପରି ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି।  ୨୧ ଦିନ ଧରି ଚାଲିବାକୁ ଥିବା ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୋଖରୀରେ ମହାପ୍ରଭୁ ଦିନ ଓ ରାତିରେ ଦୁଇଥର ନୌକା ବିହାର କରିବେ। ତେଣୁ ବହୁ ସଂଖ୍ୟାରେ ଭକ୍ତ ମହାପ୍ରଭୁଙ୍କ ଏହି ଗ୍ରୀଷ୍ମ କାଳୀନ ଲୀଳାକୁ ଦେଖିବା ପାଇଁ ପୁରୀ ଆସିଛନ୍ତି। 


ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.