ପବିତ୍ର ଅକ୍ଷୟ ତୃତୀୟାରେ ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ - MANGAL ALATI

By ETV Bharat Odisha Team

Published : May 10, 2024, 6:45 AM IST

thumbnail
Mangal Alati (ETV Bharat Odisha)

Mangal Alati: ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥ  । ସମଗ୍ର ବିଶ୍ୱକୁ ଚଳାଉଛନ୍ତି ମହାପ୍ରଭୁ  । କୋଟି କୋଟି ଓଡିଆଙ୍କ ଆରାଧ୍ୟ ଦେବତା  । ଭକ୍ତ ଭାବରେ ବନ୍ଧା ଭାବ ବିନୋଦିଆ ଠାକୁର  । ଚକା ନୟନ କଳା ବଦନ କାଳିଆ ସାଆନ୍ତଙ୍କ ମହିମା ଅପାର  । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ତାଙ୍କର ଦର୍ଶନ ପାଇଁ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ସୁଅ ଛୁଟେ ପୁରୀ ଶ୍ରୀମନ୍ଦିରକୁ । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋପଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇଥାଏ  । ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ  । ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପ୍ରଭାତରୁ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଦର୍ଶନ କରି ଭଗବାନଙ୍କ ସାନିଧ୍ୟ ଲାଭ କରନ୍ତୁ । ଆଉ ମଧ୍ୟ ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଆରମ୍ଭ ହେବାକୁ ଯାଉଛି  ।   

ଇଟିଭି ଭାରତ, ପୁରୀ  

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.