ପ୍ରଭାତରେ ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ - Mangal Alati

By ETV Bharat Odisha Team

Published : Apr 28, 2024, 7:00 AM IST

thumbnail

ପୁରୀ: ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ । କୋଟି ଓଡିଆଙ୍କ ମଉଡମଣୀ ମହାପ୍ରଭୁ । ଭକ୍ତ ଭାବରେ ବନ୍ଧା କାଳିଆ ଠାକୁର । ନିରାଶାର ଆଶା ସେ ଅନାଥର ନାଥ ।  ନୀଳାଚଳିଆ ଠାକୁରଙ୍କ ମହିମା ଅପାର ।  ତାଙ୍କର ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ସୁଅ ଛୁଟେ ଶ୍ରୀକ୍ଷେତ୍ରକୁ । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋପଚାରଣ ସହ ସମ୍ପନ୍ନ ହୋଇଛି ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇ ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ  । ପ୍ରତିଦିନ ଶ୍ରୀମନ୍ଦିରକୁ ଦେଶ ତଥା ଦେଶ ବାହାରୁ ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥାଏ  । କଳା ଶ୍ରୀମୁଖକୁ ଦେଖିଲେ ଭାବବିହ୍ୱଳ ହୋଇପଡନ୍ତି ଭକ୍ତ  । 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.