ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ - Mangala Alati

By ETV Bharat Odisha Team

Published : May 4, 2024, 7:07 AM IST

thumbnail
Magala Alati (Etv Bharat Odisha)

Magala Alati: ପୁରୀ: ବ୍ରହ୍ମାଣ୍ଡ ଠାକୁର ବିଶ୍ବନିୟନ୍ତା ଭଗବାନ । ଜଗତର ନାଥ ଶ୍ରୀଜଗନ୍ନାଥ । ସମଗ୍ର ବିଶ୍ୱକୁ ଚଳାଉଛନ୍ତି ମହାପ୍ରଭୁ  । କୋଟି କୋଟି ଓଡିଆଙ୍କ ଆରାଧ୍ୟ ଦେବତା  । ଭକ୍ତ ଭାବରେ ବନ୍ଧା ଭାବ ବିନୋଦିଆ ଠାକୁର । ଚକା ନୟନ କଳା ବଦନ କାଳିଆ ସାଆନ୍ତଙ୍କ ମହିମା ଅପାର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ତାଙ୍କର ଦର୍ଶନ ପାଇଁ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ସୁଅ ଛୁଟେ ପୁରୀ ଶ୍ରୀମନ୍ଦିରକୁ । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋପଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇଥାଏ  । ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ  ।  

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.