ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ

By ETV Bharat Odisha Team

Published : Feb 14, 2024, 6:46 AM IST

thumbnail

Mangala Alati: ପୁରୀ: ଜୟ ଜଗନ୍ନାଥ ସ୍ୱାମୀ ନୟନ ପଥଗାମୀ ଭବ ତୁମେ । କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ । ନିରାଶର ଆଶା ସେ ଅନାଥର ନାଥ । କିଏ ତାଙ୍କୁ କାଳିଆ ବୋଲି ଡାକେ ତ ଆଉ କିଏ ଜଗା ବୋଲି ଡାକେ । ତାଙ୍କର ସେ କଳା ଶ୍ରୀମୁଖକୁ ଦେଖିଲେ ଭାବବିହ୍ୱଳ ହୋଇପଡେ ଭକ୍ତ । ସବୁଦିନ ଭୋରରୁ ଶ୍ରୀମନ୍ଦିରରେ ପତିତପାବନଙ୍କ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ୱାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇଥିଲା । ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ଏହି ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଭଗବାନଙ୍କ ଅପାର କରୁଣା ପୂଣ୍ୟପ୍ରାପ୍ତି ହୋଇଥାଏ । ତେଣୁ ଆଳତୀ ପାଇବା ପାଇଁ ହଜାର ହଜାର ଭକ୍ତଙ୍କ ଶ୍ରୀମନ୍ଦିରରେ ଭିଡ ଲାଗିଥାଏ । 

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.