ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ

By ETV Bharat Odisha Team

Published : Feb 18, 2024, 6:54 AM IST

thumbnail

Mangala Alati: ପୁରୀ: କୋଟି ଓଡ଼ିଆଙ୍କ ମଉଡ଼ମଣୀ ମହାପ୍ରଭୁ ଜଗନ୍ନାଥ । ନିରାଶର ଆଶା ସେ ଅନାଥର ନାଥ । ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ କିଏ କାଳିଆ ବୋଲି ଡାକେ ତ ଆଉ କିଏ ଜଗା ବୋଲି ଡାକେ । ତାଙ୍କର ସେ କଳା ଶ୍ରୀମୁଖକୁ ଦେଖିଲେ ଭାବବିହ୍ୱଳ ହୋଇପଡେ ଭକ୍ତ । ସବୁଦିନ ଭୋରୁ ଶ୍ରୀମନ୍ଦିରରେ ପତିତପାବନଙ୍କ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ୱାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇଥିଲା । ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ଏହି ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଭଗବାନଙ୍କ ଅପାର କରୁଣା ପୂଣ୍ୟପ୍ରାପ୍ତି ହୋଇଥାଏ । କଳା ସାଆନ୍ତେଙ୍କୁ ଦର୍ଶନ କରିବା ପାଇଁ ଆତୁର ଭକ୍ତ । ଦୂରଦୂରାନ୍ତର ସାତ ଦରିଆ ତେର ନଈ ଡେଇଁ ଆସିଥାନ୍ତି ଭକ୍ତ । ଶ୍ରୀକ୍ଷେତ୍ରରେ ପ୍ରତିବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହୁଏ । ବର୍ଷକୁ ଥରେ ଶ୍ରୀମନ୍ଦିରରୁ ବାହାରକୁ ଆସନ୍ତି ମହାପ୍ରଭୁ ।  

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.