ଶୁଭମୟ ହେବ ଦିନ, ପ୍ରଭାତରୁ ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ - Mangal Alati

By ETV Bharat Odisha Team

Published : May 14, 2024, 6:42 AM IST

thumbnail
Mangal Alati (ETV BHARAT ODISHA)

Mangala Alati: ପୁରୀ:  ବିଶ୍ୱନିୟନ୍ତା ପ୍ରଭୁ ଜଗନ୍ନାଥ ।  କୋଟି ଓଡିଆଙ୍କ ମଉଡମଣୀ ସେ । ଭକ୍ତ ଭାବରେ ବନ୍ଧା  କାଳିଆ ଠାକୁର । ନିରାଶାର ଆଶା ସେ ଅନାଥର ନାଥ । ନୀଳାଚଳିଆ ଠାକୁରଙ୍କ ମହିମା ଅପାର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ତାଙ୍କର ଦର୍ଶନ ପାଇଁ  ହଜାର ହଜାର ଭକ୍ତଙ୍କ ସୁଅ ଛୁଟେ ଶ୍ରୀକ୍ଷେତ୍ରକୁ । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋପଚାରଣ ସହ ସମ୍ପନ୍ନ ହୋଇଛି ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇ ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ  । ପ୍ରତିଦିନ ଶ୍ରୀମନ୍ଦିରକୁ ଦେଶ ତଥା ଦେଶ ବାହାରୁ ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥାଏ ।

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.