ଶୁଭମୟ ହେବ ଦିନ, ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ - Mangala Alati

By ETV Bharat Odisha Team

Published : Apr 19, 2024, 6:50 AM IST

thumbnail

Mangala Alati: ପୁରୀ: କୋଟି ଓଡିଆଙ୍କ ମଉଡମଣୀ... ବ୍ରହ୍ମାଣ୍ଡ ଠାକୁର ପ୍ରଭୁ ଶ୍ରୀଜଗନ୍ନାଥ । ଭକ୍ତର ଭାବରେ ବନ୍ଧା  କାଳିଆ ଠାକୁର । ନିରାଶାର ଆଶା ସେ ଅନାଥର ନାଥ । ନୀଳାଚଳିଆ ଠାକୁରଙ୍କ ମହିମା ଅପାର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ତାଙ୍କର ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଭକ୍ତଙ୍କ ସୁଅ ଛୁଟେ । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ସବୁ ଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି କରାଯାଇଥିଲା ।  ପରେ ପତିତପାବନଙ୍କ  ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଥିଲା । ବିଶ୍ବାସ ରହିଛି ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇ ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ  । ତେଣୁ ସକାଳୁ ସକାଳୁ ଶ୍ରୀମନ୍ଦିରକୁ ଭକ୍ତଙ୍କ ସମାଗମ ହୋଇଛି । 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.