ଡଙ୍ଗରଭେଜାରେ ଲୁଟ, ବନ୍ଧୁକ ଦେଖାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କାର ଗହଣା - NABARANGAPUR LOOT

By ETV Bharat Odisha Team

Published : May 15, 2024, 5:54 PM IST

thumbnail
Loot in Nabarangapur (ETV Bharat Odisha)

Loot in Nabarangapur: ନବରଙ୍ଗପୁର: ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଲୁଟ ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଡଙ୍ଗରଭେଜା ପଞ୍ଚାୟତ ସଦର ଗ୍ରାମରେ ରହୁଥିବା ଶିକ୍ଷୟତ୍ରୀଙ୍କ ଘରେ ପଶି ଡକାୟତି ।  ଅଭିଯୋଗ ଅନୁସାରେ ଗତକାଲି ମଧ୍ୟ ରାତିରେ ଆଠ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଘରେ ତାଲା ଭାଙ୍ଗି ପଶି ଥିଲେ । ଘରେ ଉପସ୍ଥିତ ଥିବା ଶିକ୍ଷୟିତ୍ରୀ ଓ ତାଙ୍କ ସ୍ୱାମୀ ସହ ଛୋଟ ଛୁଆଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ଟଙ୍କା ଗହଣା ଲୁଟ କରିଥିଲେ ।  

ଏହା ମଧ୍ୟ ପଢ଼ନ୍ତୁ.. ଆଧୁନିକତାର ଛାପରେ ଲୋପ ପାଇବାକୁ ବସିଲେଣି ପଶୁପକ୍ଷୀ: ବିଶେଷଜ୍ଞ - Extinct Risk Of Wild Animals

ଚୋରୀ ହୋଇଥିବା ଗହଣାର ଆନୁମାନିକ ମୂଲ୍ୟ ପ୍ରାୟ ୭ ଲକ୍ଷ ଟଙ୍କା ହୋଇଥିବା ଜଣାପଡ଼ିଛି । ଛଅ ଜଣଙ୍କ ହାତରେ ବନ୍ଧୁକ ଥିବା ବେଳେ ଦୁଇ ଜଣଙ୍କ ହାତରେ ଖଣ୍ଡା ଥିବା କହିଛନ୍ତି ଶିକ୍ଷୟିତ୍ରୀଙ୍କ ସ୍ୱାମୀ । ଏନେଇ ଡଙ୍ଗରଭେଜା ଫାଣ୍ଡିରେ ଅଭିଯୋଗ ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ନବରଙ୍ଗପୁରରୁ ସାଇନଟିଫିକ୍ ଟିମ୍ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି । ତେବେ ସୂଚନା ମୁତାବକ ମହିଳା ଜଣକ ଅଞ୍ଚଳର ବିଶିଷ୍ଟ ବ୍ୟବସାୟୀ ସୁନୀଲ ସାହୁଙ୍କ ପୈତୃକ ଘରେ ଭଡାରେ ରହୁଥିଲେ।

ଇଟିଭି ଭାରତ, ନବରଙ୍ଗପୁର

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.