ରାତି ପାହିଲେ ନିର୍ବାଚନ, ବୌଦ୍ଧରେ ଚାଲିଛି ଫ୍ଲାଗ ମାର୍ଚ୍ଚ - Odisha Assembly Election 2024

By ETV Bharat Odisha Team

Published : May 19, 2024, 10:59 PM IST

thumbnail
Odisha Assembly Election 2024 (ETV Bharat Odisha)

Odisha Assembly Election 2024: ବୌଦ୍ଧ: ରାତି ପାହିଲେ ନିର୍ବାଚନ । ମତଦାନ ପୂର୍ବ ସନ୍ଧ୍ୟାରେ ଜିଲ୍ଲା ପୋଲିସ ପକ୍ଷରୁ ଜିଲ୍ଲା ସଦରମହକୁମା ଠାରେ ଫ୍ଲାଗ ମାର୍ଚ୍ଚ କରାଯାଇଛି । ଶାନ୍ତି ଶୃଙ୍ଖଳାର ସହିତ ମତଦାନ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଯାଇଛି । ଆଜି ଜିଲ୍ଲାର ନିର୍ବାଚନରେ ନିଯୁକ୍ତ ସମସ୍ତ ମହିଳା କର୍ମଚାରୀ ମତଦାନ କେନ୍ଦ୍ରରେ ପହଞ୍ଚି ସାରିଛନ୍ତି ।  

ଏହା ମଧ୍ୟ ପଢ଼ନ୍ତୁ.. ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ବରଗଡ଼ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡ଼ାନ୍ତ - Lok Sabha Election 2024

ବୌଦ୍ଧ ଜିଲ୍ଲାର ଉଭୟ ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୧୧ ଗୋଟି ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ମିଳିଛି । ଏହାଛଡା ବୌଦ୍ଧ ଜିଲ୍ଲାର ବିଭିନ୍ନ ଆଭ୍ୟନ୍ତରୀଣ ଜଙ୍ଗଲ ଅଞ୍ଚଳରେ ମାଓ ଗତିବିଧି ସକ୍ରିୟ ଥିବା ହେତୁ ନିର୍ବାଚନ ସମୟରେ ଯେଭଳି କୌଣସି ସମସ୍ୟା ନଉପୁଜେ ସେଥିପାଇଁ ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ମିଳିଛି । ଶାନ୍ତି ଶୃଙ୍ଖଳାର ସହିତ ମତଦାନ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ଦେଖିବାକୁ ମିଳିଛି ।

ଇଟିଭି ଭାରତ, ବୌଦ୍ଧ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.