ସାଧାରଣତନ୍ତ୍ର ଦିବସରେ ସାଂସ୍କୃତିକ କାର୍ଯ୍ୟକ୍ରମ, ନାଚ ଗୀତରେ ଝୁମିଲେ ଜଗତସିଂହପୁରବାସୀ

By ETV Bharat Odisha Team

Published : Jan 27, 2024, 6:15 PM IST

thumbnail

Republic Day:ଜଗତସିଂହପୁର: ଜିଲ୍ଲାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ପତାକା ଉତ୍ତୋଳନ କରାଯାଇଥିବା ବେଳେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଛନ୍ତି ଦର୍ଶକ । ତେବେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସାରଳା ଦାସ ସଂସ୍କୃତି ଭବନ ପରିସରରେ ଜିଲ୍ଲାର ବଛାବଛା କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ପରେ ସନ୍ଧ୍ୟା ୭ଟାରୁ ବିଭିନ୍ନ ସାଂସ୍କୃତିକ ଦଳ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିବା ସହିତ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ । 

ପ୍ରତେକ ସାଂସ୍କୃତିକ ଦଳକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୫ହଜାର ଟଙ୍କା ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମକୁ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ପରିଚାଳନା କରିଥିଲେ । ପାରାଦ୍ୱୀପ ସହରରେ ମଧ୍ୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସହରକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରାଯିବା ସହିତ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ।

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.