ଢେଙ୍କାନାଳରେ ୭୫ତମ ସାଧାରଣତନ୍ତ୍ର ଦିବସ, ଅଭିବାଦନ ଗ୍ରହଣ କଲେ ଜିଲ୍ଲାପାଳ

By ETV Bharat Odisha Team

Published : Jan 26, 2024, 5:49 PM IST

thumbnail

Republic Day Celebration: ଢେଙ୍କାନାଳ: ଆଜି ୭୫ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ପ୍ରସାଶନ ପକ୍ଷରୁ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଳନ କରାଯାଇଛି । ଏଥିରେ ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକ ମୁଖ୍ୟଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ । ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲ କଲେଜ ଓ ଢେଙ୍କାନଳ ଆରକ୍ଷୀ ବାହିନୀ ସମେତ ମୋଟ ୩୮ଟି ଦଳ ପରେଡରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବେଶ୍ ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଓ ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯାଇଥିଲା । 

ସେହିପରି କାମାକ୍ଷାନଗର ସ୍ଥିତ ସାରଙ୍ଗଧର ଷ୍ଟାଡିୟମ ଠାରେ ଉପଖଣ୍ଡସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଅଭିବାଦନ ଗ୍ରହଣ କରିଥିଲେ ।ଏଥିରେ ମୋଟ ୩୯ଟି ଦଳ ପରେଡରେ ଭାଗ ନେଇଥିଲେ । ଉପଖଣ୍ଡର ବିଭିନ୍ନ ଅଞ୍ଚଳରୁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।ଏଥିରେ କାମାକ୍ଷାନଗର ଉପଖଣ୍ଡର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.