ବାଲୁକା କଳାରେ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ - Odia New Year

By ETV Bharat Odisha Team

Published : Apr 14, 2024, 7:23 AM IST

thumbnail

Odia New Year: ପୁରୀ: ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଅବସରରେ ବାଲୁକା ଚିତ୍ରକଳା ମାଧ୍ୟମରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ବିଶିଷ୍ଟ ବାଲୁକା ଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ନିଳାଦ୍ରୀ ବିଚରେ ଏକ ସୁନ୍ଦର ବାଲୁକା ଚିତ୍ରକଳା ନିର୍ମାଣ କରି ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡ଼ିଶାବାସୀଙ୍କୁ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ବାଲୁକା ଚିତ୍ରକଳା ସୁଦର୍ଶନ ପଣା ସଂକ୍ରାନ୍ତିରେ ଚଉରା ଉପରେ ଠେକି ରଖାଯିବା ପ୍ରତିକୃତିର ଏକ ସୁନ୍ଦର ବାଲୁକା ଚିତ୍ରକଳା କରିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରତିକୃତି ମଧ୍ୟ ବାଲୁକା ଚିତ୍ରକଳାରେ ସ୍ଥାନ ଦିଆଯାଇଛି । ଯାହାକି ବାଲୁକା ଚିତ୍ର କଳାକୁ ଆହୁରି ଆକର୍ଷଣୀୟ କରିଛି । ତେବେ ମହାପ୍ରଭୁ ଓଡ଼ିଶା ନବ ବର୍ଷରେ ପ୍ରତ୍ୟେକ ଲୋକଙ୍କ ମଙ୍ଗଳ ପାଇଁ ଆଶୀର୍ବାଦ ପ୍ରଦାନ କରନ୍ତୁ ବୋଲି ସେ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥିବା ବାଲୁକା ଚିତ୍ରକଳାରେ ବାର୍ତ୍ତା ଦେଇଛନ୍ତି ।

ଏହା ମଧ୍ୟ ପଢନ୍ତୁ ....ବାଲୁକା କଳାରେ ରାଷ୍ଟ୍ରୀୟ ନବବର୍ଷର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ - HINDU NEW YEAR 2024

ଇଟିଭି ଭାରତ, ପୁରୀ 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.