'ଓଡ଼ିଆ ଆଉ ଓଡି଼ଶୀର ଅଭୂତପୂର୍ବ ସଙ୍ଗମ ହେଉଛନ୍ତି ଗୁରୁ କେଳୁଚରଣ'
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ହେଉଛି । କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ୱେବସାଇଟ ଉନ୍ମୋଚିତ।

Published : January 8, 2026 at 6:15 PM IST
ଭୁବନେଶ୍ବର: ଆଜି ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ । ଶତବାର୍ଷିକୀରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇ କେଳୁଚରଣ ମହାପାତ୍ର ଓଡି଼ଶା, ଓଡ଼ିଆ ଆଉ ଓଡିଶୀର ଅଭୂତପୂର୍ବ ସଙ୍ଗମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଗୁରୁଜୀଙ୍କ ଜୀବନୀକୁ ନେଇ ପଦର୍ଶିତ ହୋଇଛି କ୍ଷୁଦ୍ର ଚଳଚ୍ଚିତ୍ର।
ତିନି ଧରି ଚାଲିବ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମ:
ମହାନ ଓଡ଼ିଶୀ ନୃତ୍ୟ ଗୁରୁ, ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଆଜି ଭୁବନେଶ୍ୱରସ୍ଥିତ 'ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର' ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲି।
— Mohan Charan Majhi (@MohanMOdisha) January 8, 2026
ଓଡ଼ିଶୀ ନୃତ୍ୟକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ… pic.twitter.com/EoMhLitSqm
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରର ଗୁରୁ କେଳୁଚରଣ ମହାପାତ୍ର ଓଡି଼ଶୀ ଗବେଷଣା କେନ୍ଦ୍ର ଠାରେ ଶତବାର୍ଷିକୀ ପାଳନ ହେଉଥିବା ବେଳେ ଏହା ତିନି ଧରି ଚାଲିବ। ଆଜି ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ କେଳୁଚରଣ ସ୍ମୃତି ଚିତ୍ରକଳା ସହ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ୱେବସାଇଟ ଉନ୍ମୋଚନ କରିଛନ୍ତି। ଏହାସହ ତାଙ୍କ ଜୀବନର କିଛି ଅଭୁଲା ସ୍ମୃତିକୁ ନେଇ ଏକ ସୁନ୍ଦର ଫଟୋଚିତ୍ର ପ୍ରଦର୍ଶନୀ ହୋଇଯାଇଛି।

'ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟର ଆତ୍ମା'
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେଳୁଚରଣ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସମେତ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀ ଓ ପଣ୍ଡିତ ଭୁବନେଶ୍ୱର ମିଶ୍ରଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ଆୟୋଜିତ କେଳୁଚରଣ କୀର୍ତ୍ତି ଶତକମ୍ ନାମରେ ଆୟୋଜିତ ତିନିଦିନିଆ ଚିତ୍ରକଳା ଓ ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି," କେଳୁଚରଣ ମହାପାତ୍ରଙ୍କୁ ଓଡି଼ଶା, ଓଡ଼ିଆ ଆଉ ଓଡି଼ଶୀର ଅଭୂତପୂର୍ବ ସଙ୍ଗମ । ଗୁରୁ କେଳୁଚରଣ ମହାପାତ୍ର କେବଳ ଜଣେ ମହାନ ନୃତ୍ୟଶିଳ୍ପୀ ନୁହେଁ, ସେ ଥିଲେ ଓଡ଼ିଶୀ ନୃତ୍ୟର ଆତ୍ମା। ଯେତେବେଳେ ଓଡି଼ଶୀ ନୃତ୍ୟ ଅବହେଳାର ଅନ୍ଧକାରରେ ଆବୃତ ଥିଲା, ସେତେବେଳେ ଗୁରୁଜୀ ତାଙ୍କର ଅସୀମ ସାଧନା, ଅତୁଟ ଆସ୍ଥା ଓ ଅଦମ୍ୟ ପରିଶ୍ରମରେ ଏହି ନୃତ୍ୟକଳାକୁ ପୁନର୍ଜୀବନ ଦେଇଥିଲେ । ଶ୍ରୀଜଗନ୍ନାଥ ସଂସ୍କୃତି, ମାହାରୀ ପରମ୍ପରା, ଶାସ୍ତ୍ରୀୟ ଓ ଲୋକକଳା, ସମସ୍ତଙ୍କ ସମନ୍ୱୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟକୁ ଏକ ଅଦ୍ଭୁତ ଶାସ୍ତ୍ରୀୟ ଆକୃତି ଦେଇଥିଲେ" ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ତଥା ଓଡି଼ଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସଂସ୍କୃତି ବିଭାଗ ସଚିବ ଡ଼ ବିଜୟ କେତନ ଉପାଧ୍ୟାୟ, ଲଳିତକଳା ଏକାଡେମୀର ଅଧ୍ୟକ୍ଷ ଡକ୍ଟର ଚନ୍ଦ୍ରଶେଖର ହୋତା, ବିଭାଗୀୟ ନିର୍ଦ୍ଦେଶକ ଦେବଶ ପ୍ରସାଦ ଦାଶ ଏବଂ ବରିଷ୍ଠ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ, କଳାକାର ମାନେ ଉପସ୍ଥିତ ଥିଲେ।

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସଫଳ, ଆନ୍ଦୋଳନରୁ ଓହରିଲେ ଓମସା ଡାକ୍ତର
ଅନୁଗୋଳ-ତାଳଚେର ବାୟୁ ପ୍ରଦୂଷଣ ନେଇ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିନ୍ତା; କେନ୍ଦ୍ର ଓ ରାଜ୍ୟକୁ ଲେଖିଲେ ପତ୍ର
ଇଟିଭି ଭାରତ, ଭୁବନେଶ୍ବର

