ETV Bharat / state

Rain Alert: ଲଘୁଚାପ ପ୍ରଭାବରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ, 4 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ପରେ ଓଡ଼ିଶାରେ ଆସନ୍ତା 7 ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ଆକଳନ କରିଛି । 2 ଦିନରେ ଲଘୁଚାପ ଅଧିକ ଘନୀଭୂତ ହୋଇପାରେ ।

ODISHA LOW PRESSURE RAIN
ଓଡ଼ିଶାରେ ଲଘୁଚାପ ବର୍ଷା (ETV Bharat Odisha)
author img

By ETV Bharat Odisha Team

Published : July 3, 2026 at 8:49 AM IST

1 Min Read
Choose ETV Bharat

ODISHA LOW PRESSURE RAIN , ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆରମ୍ଭ ହୋଇଛି । ଗତକାଲି(ଗୁରୁବାର) ରାତିରୁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ କିଛି ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଯାଇଛି । ଆଜି ସକାଳୁ ସକାଳୁ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି । ଆଗାମୀ 2 ଦିନ ମଧ୍ୟରେ ଲଘୁଚାପ ଆହୁରି ବଳ ଗୋଟାଇ ଅଧିକ ଘନୀଭୂତ ହେବ । ଏହା ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଗାମୀ 7 ତାରିଖ ଯାଏଁ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଓଡ଼ିଶାରେ ଲଘୁଚାପ ବର୍ଷା:

ପାଣିପାଗ ବିଭାଗ(IMD) ସୂଚନା ଅନୁସାରେ, ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲି(ଗୁରୁବାର) ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର 7.6 କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହା ଆଗାମୀ 2-3 ଦିନ ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଓଡ଼ିଶା ସମେତ କିଛି ପଡୋଶୀ ରାଜ୍ୟରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ।

ଗତକାଲି (ଗୁରୁବାର) ରାତିରୁ ଲଗାଣ ବର୍ଷା ଯୋଗୁଁ ଭୁବନେଶ୍ୱର ଏବଂ କଟକର ଅନେକ ତଳିଆ ଅଞ୍ଚଳରେ ପ୍ରବଳ ପାଣି ଜମି ରହିଛି । ଅନେକ ସ୍ଥାନରେ ରାସ୍ତାଗୁଡ଼ିକ ଆଣ୍ଠୁଏ ପାଣିରେ ବୁଡ଼ି ରହିଛି, ଯାହା ଫଳରେ ଯାତାୟାତରେ ଅସୁବିଧା ସୃଷ୍ଟି ହେଉଛି ।

Odisha weather
ଓଡ଼ିଶା ପାଣିପାଗ (IMD)

କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ଆଲର୍ଟ:

ଭୁବନେଶ୍ବର ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, 2 ଦିନ ପାଇଁ କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷାକୁ ନେଇ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । ଆଜି କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ କଟକ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢ଼ନ୍ତୁ...

Rain Alert: ସୃଷ୍ଟି ହେଲା ଲଘୁଚାପ, ୨-୩ ଦିନ ମଧ୍ୟରେ ଆହୁରି ଘନୀଭୂତ ହେବ, ଓଡ଼ିଶାରେ ଭୀଷଣ ବର୍ଷା ପାଇଁ ରେଡ୍‌ ଆଲର୍ଟ ଜାରି

Low Pressure: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ, 4ରୁ ଓଡ଼ିଶାରେ ବଢ଼ିବ ବର୍ଷା, ପ୍ରବଳରୁ ଅତି ପ୍ରବଳ ବର୍ଷିବା ସମ୍ଭାବନା

ଇଟିଭି ଭାରତ, ଭୁବନେଶ୍ବର