ETV Bharat / state

Rain Alert: ସୃଷ୍ଟି ହେଲା ଲଘୁଚାପ, ୨-୩ ଦିନ ମଧ୍ୟରେ ଆହୁରି ଘନୀଭୂତ ହେବ, ଓଡ଼ିଶାରେ ଭୀଷଣ ବର୍ଷା ପାଇଁ ରେଡ୍‌ ଆଲର୍ଟ ଜାରି

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ, ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଜିଠାରୁ ଓଡ଼ିଶାରେ ବର୍ଷା ବଢ଼ିବ । ରିପୋର୍ଟ: ଦେବସ୍ମିତା ରାଉତ

Odisha Weather
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ (PTI/IMD)
author img

By ETV Bharat Odisha Team

Published : July 2, 2026 at 5:28 PM IST

2 Min Read
Choose ETV Bharat

Odisha Weather: ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି । ଆଗାମୀ ୨-୩ ଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ଆଜିଠାରୁ ବିଶେଷ କରି ଓଡ଼ିଶା, ଝାଡ଼ଖଣ୍ଡ, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଛତିଶଗଡ଼ରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବେଶେଷ କରି ଦକ୍ଷିଣ ଓଡ଼ିଶାରେ ଅଝିକ ବର୍ଷା ହେବା ସହ ଜଳମଗ୍ନ ସ୍ଥିତି ଉପୁଜିବାର ସମ୍ଭାବନା ରହିଛି । କିଛି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଏପଟେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।

ଆସନ୍ତା 24 ଘଣ୍ଟା ପାଇଁ ପାଇଁ ସତର୍କତା:

ଆସନ୍ତା 24 ଘଣ୍ଟା ପାଇଁ 9 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ 18 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେରାପୁଟ, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଓ କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

କାଲିଠୁ ବଢ଼ିବ ବର୍ଷା:

ଆସନ୍ତାକାଲି ଠାରୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ, ଭୀଷଣ ବର୍ଷା ପାଇଁ 2 ଜିଲ୍ଲା କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଶନିବାର ପ୍ରବଳ ଛେଚିବ !

4 ତାରିଖରେ ମଧ୍ୟ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ:

6 ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଏବଂ ଏହାର ଆଖପାଖ ଅଞ୍ଚଳରେ ଘଣ୍ଟା ପ୍ରତି 40-50 କିମି ବେଗରେ ପବନ ସହିତ ଝଡ଼ବର୍ଷା ହୋଇପାରେ ଏବଂ ପବନର ବେଗ ବଢ଼ି 60 କିଲୋମିଟର ଘଣ୍ଟା ପ୍ରତି ପବନ ବହିପାରେ । ତେଣୁ ଆଗାମୀ 4 ଦିନ ସମୁଦ୍ର ସ୍ଥିତି ଅଶାନ୍ତରୁ ଅତି ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...

Low Pressure: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ, 4ରୁ ଓଡ଼ିଶାରେ ବଢ଼ିବ ବର୍ଷା, ପ୍ରବଳରୁ ଅତି ପ୍ରବଳ ବର୍ଷିବା ସମ୍ଭାବନା

କନ୍ଧମାଳରେ ପ୍ରବଳ ବର୍ଷା, ଜିଲ୍ଲାରେ ଦୁଇ ଦିନ ବନ୍ଦ ରହିବ ସ୍କୁଲ

ଇଟିଭି ଭାରତ, ଭୁବନେଶ୍ବର