ଭାରତ ରତ୍ନ ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ - BR AMBEDKAR JAYANTI

🎬 Watch Now: Feature Video

thumbnail
ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ (ETV Bharat Odisha)

By ETV Bharat Odisha Team

Published : April 14, 2026 at 1:04 PM IST

1 Min Read
Choose ETV Bharat

କେନ୍ଦୁଝର: ଆଜି ହେଉଛି ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ 135ତମ ଜୟନ୍ତୀ । ସାରା ଦେଶରେ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପରି ବିଶିଷ୍ଟ ବ୍ୟକ୍ତି ବିଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହି ଅବସରରେ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଭାରତରତ୍ନ ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ‘ଭାରତୀୟ ସମ୍ବିଧାନର ସ୍ଥପତି, ସାମାଜିକ ନ୍ୟାୟର ପ୍ରତୀକ 'ଭାରତ ରତ୍ନ' ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ସାମାଜିକ ନ୍ୟାୟ, ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧର ପ୍ରତିଷ୍ଠା ପାଇଁ ତାଙ୍କର ଅତୁଳନୀୟ ଅବଦାନ ଆମ ଗଣତନ୍ତ୍ରକୁ ସୁଦୃଢ଼ କରିଛି ।’ ଏହି ଅବସରରେ ହନୁମାନ ଜୟନ୍ତୀର ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ । 

ଏକ ପ୍ରଗତିଶୀଳ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ତାଙ୍କର ଆଦର୍ଶ ଆମ ସମସ୍ତଙ୍କ ପାଇଁ ସଦା ପ୍ରେରଣାଦାୟୀ ବୋଲି ଆହୁରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ତାଙ୍କ ସହ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ତେଲକୋଇ ବିଧାୟକ ଡ.ଫକୀର ଚରଣ ନାୟକ, ଜିଲ୍ଲାପାଳ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

ଏହା ମଧ୍ୟ ପଢନ୍ତୁ:

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ନିଜେ ପଢିଥିବା ସ୍କୁଲରେ ଅତିଥି ହେଲେ ମୁଖ୍ୟମନ୍ତ୍ରୀ: ପୁରୁଣା ସ୍ମୃତି ସାଉଁଟିଲେ, ୨୦ କୋଟିର ଅର୍ଥରାଶି ଘୋଷଣା କଲେ

ବଡବିଲ ବାଇପାସ ରିଙ୍ଗରୋଡ ଭିତ୍ତିପ୍ରସ୍ତର ସ୍ଥାପନ: ୨୯କୋଟି ୪୧ଲକ୍ଷର ୨୪ଟି ପ୍ରକଳ୍ପ ଲୋକାର୍ପିତ

ଇଟିଭି ଭାରତ, କେନ୍ଦୁଝର 

ABOUT THE AUTHOR

...view details