ETV Bharat / bharat

Budget 2023: ସର୍ବବ୍ୟାପୀ ସର୍ବସ୍ପର୍ଶୀ ଓ ବିକଶିତ ଭାରତ ପାଇଁ ବଜେଟ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

author img

By

Published : Feb 1, 2023, 10:31 PM IST

Etv Bharat
Etv Bharat

ପ୍ରେସମିଟ କରି ଧର୍ମେନ୍ଦ୍ର କହିଛନ୍ତି, ‘‘ଜନକେନ୍ଦ୍ରୀକ, ଅଭିବୃଦ୍ଧି ଓ ଉତ୍ସାହପୂର୍ଣ୍ଣ ଅମୃତକାଳ ବଜେଟ ଉପସ୍ଥାପନ ପାଇଁ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ । ଚଳିତବର୍ଷ ମୋଟ ୧ ଲକ୍ଷ ୧୬ ହଜାର ୪୧୭ କୋଟି ଟଙ୍କା ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରଣାଳୟ ପାଇଁ ବ୍ୟବବରାଦ କରାଯାଇଛି । ଜାତୀୟ ଶିକ୍ଷା ନୀତିକୁ କ୍ରିୟାନ୍ବୟନ କରିବା ପାଇଁ ଚଳିତବର୍ଷ ପ୍ରଥମ ଥର ଶିକ୍ଷା ବିଭାଗରେ ସର୍ବାଧିକ ୧ ଲକ୍ଷ ୧୨ ହଜାର ୮୯୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।" ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ବଜେଟ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଓ ବିକଶିତ ଭାରତ ପାଇଁ ବଜେଟ । ଏହି ବଜେଟ ଭାରତକୁ ନୂଆ ଦିଶା ଦେବ । ଆଜି ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରଣ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟ ଉପସ୍ଥାପନା ପରେ ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ପ୍ରେସମିଟ କରି ଧର୍ମେନ୍ଦ୍ର କହିଛନ୍ତି ‘‘ଜନକେନ୍ଦ୍ରୀକ, ଅଭିବୃଦ୍ଧି ଓ ଉତ୍ସାହପୂର୍ଣ୍ଣ ଅମୃତକାଳ ବଜେଟ ଉପସ୍ଥାପନ ପାଇଁ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ । ଚଳିତବର୍ଷ ମୋଟ ୧ ଲକ୍ଷ ୧୬ ହଜାର ୪୧୭ କୋଟି ଟଙ୍କା ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରଣାଳୟ ପାଇଁ ବ୍ୟବବରାଦ କରାଯାଇଛି । ଜାତୀୟ ଶିକ୍ଷା ନୀତିକୁ କ୍ରିୟାନ୍ବୟନ କରିବା ପାଇଁ ଚଳିତବର୍ଷ ପ୍ରଥମ ଥର ଶିକ୍ଷା ବିଭାଗରେ ସର୍ବାଧିକ ୧ ଲକ୍ଷ ୧୨ ହଜାର ୮୯୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହାବ୍ୟତିତ ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ପାଇଁ ୩ ହଜାର ୫୧୭ କୋଟି ଟଙ୍କା ଆବଣ୍ଟନ ହୋଇଛି ।

ଏହାବି ପଢନ୍ତୁ- Budget 2023: ଆୟକରଠୁ ଆବାସ ଯାଏଁ, ଜାଣନ୍ତୁ କାହାକୁ ମିଳିଲା କେତେ ?

ଜାତୀୟ ଶିକ୍ଷା ନୀତିକୁ କ୍ରିୟାନ୍ବୟନ କରିବାରେ ଶିକ୍ଷକ ମାନଙ୍କର ଭୂମିକା ମହତ୍ବପୂର୍ଣ୍ଣ । ଏଥିପାଇଁ ବଜେଟରେ ଶିକ୍ଷକ ମାନଙ୍କୁ ଗୁଣାତ୍ମକ ଶିକ୍ଷା ଦେବା ତଥା ସେମାନଙ୍କ କ୍ଷମତା ବୃଦ୍ଧି ପାଇଁ ତାଲିମ ଦିଆଯିବା ଭଳି ଡାଏଟ (ଡିଷ୍ଟ୍ରିକ୍ଟ ଇନଷ୍ଟିଚ୍ୟୁସନ ଫର ଏଜ୍ୟୁକେସନ ଆଣ୍ଡ ଟ୍ରେନିଂ)କୁ ଅପଗ୍ରେଡେସନ କରାଯାଇଛି । ଶିଶୁଙ୍କ ଜ୍ଞାନ ବଢାଇବା ପାଇଁ ଏବଂ ସମଗ୍ର ଭାରତବର୍ଷର ବିଷୟ ଉପରେ ଜ୍ଞାନ ଆହରଣ କରିବା ପାଇଁ ଜାତୀୟ ଡିଜିଟାଲ ଲାଇବ୍ରେରୀର କଳ୍ପନା କରାଯାଇଛି । ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନାରେ ଆମ ଦେଶର ଲକ୍ଷାଧିକ ଯୁବକ ଯୁବତୀଙ୍କୁ ଅତ୍ୟାଧୁନିକ ପାଠ୍ୟକ୍ରମ ଯଥା କୋଡିଂ, ରୋବୋଟିକ, ଡ୍ରୋନ, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଏବଂ ସଫ୍ଟ ସ୍କିଲ କ୍ଷେତ୍ରରେ କୁଶଳୀ କରାଯିବ । ୩୦ ସ୍କିଲ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ପ୍ରତିଷ୍ଠା କରାଯାଇ ଯୁବକଙ୍କୁ ଦକ୍ଷ କରାଯିବ । ୧୫୭ ମେଡିକାଲ କଲେଜରେ ୧୫୭ ନର୍ସିଂ କଲେଜ ସ୍ଥାପନ ହେବ । ଦେଶରେ ୭୪୦ଟି ଏକଲବ୍ୟ ସ୍କୁଲ ଗୁଡିକରେ ୩୮ ହଜାର ୮୦୦ ଶିକ୍ଷକ ଓ ସହାୟକଙ୍କୁ ନିଯୁକ୍ତି ନିଆଯିବ । ଏହା ଦ୍ବାରା ୩.୫ ଲକ୍ଷ ଜନଜାତି ଛାତ୍ରଛାତ୍ରୀ ଲାଭ ପାଇବେ ।

ଏହାବି ପଢନ୍ତୁ- Budget 2023: ଆୟକରଠୁ ଆବାସ ଯାଏଁ, ଜାଣନ୍ତୁ କାହାକୁ ମିଳିଲା କେତେ ?

ଧର୍ମେନ୍ଦ୍ର କହିଛନ୍ତି ପ୍ରଧାନମନ୍ତ୍ରୀ କୌଶଲ୍ୟ ବିକାଶ ଯୋଜନା, ଏଗ୍ରିକଲଚୁରାଲ ଏକ୍ସଲେଟର ଫଣ୍ଡ’ ଗଠନ, ମତ୍ସ୍ୟ ଚାଷ ଓ ଦୁଗ୍ଧଜାତ ସାମଗ୍ରୀ ଉପରେ ଧ୍ୟାନ ନିବେଶ, ମିଲେଟକୁ ପ୍ରୋତ୍ସାହନ ପାଇଁ 'ଶ୍ରୀଅନ୍ନ', ମିଷ୍ଟି ଯୋଜନା, ପର୍ଯ୍ୟଟନକୁ ଗୁରୁତ୍ବ, ପ୍ରମିଟିଭ ଜନଜାତିଙ୍କ ବିକାଶ ପାଇଁ ୧୫ ହଜାର କୋଟି ଟଙ୍କାର ବ୍ୟୟବରାଦ ହେବ । ୱାନ ଡିଷ୍ଟ୍ରିକ୍ଟ- ୱାନ ପ୍ରଡକ୍ଟ ଉତ୍ପାଦିତ ସାମଗ୍ରୀକୁ ବିକ୍ରି କରିବା ପାଇଁ ମଲ ନିର୍ମାଣ ହେବ । ସବୁଜ ଅର୍ଥନୀତିକୁ ଗୁରୁତ୍ବ, ଏମଏସଏମଇ ଓ କର୍ପୋରେଟ କ୍ଷେତ୍ର ଏବଂ ଡିଜିଟାଲ ଭିତ୍ତିଭୂମି ଆହୁରି ସୁଦୃଢ ହେବ । ଏହା ଦ୍ବାରା ଓଡ଼ିଶା ବିଶେଷ ଲାଭ ପାଇବ । ଗ୍ରାମୀଣ ଓ କ୍ଷୁଦ୍ର ସହରକୁ ଗତି ଦେଲା ଭଳି ବଜେଟ ହୋଇଛି । ବଜେଟ ଭାରତବର୍ଷର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ସମସ୍ତଙ୍କ ପାଇଁ ହୋଇଥିବା ଏହି ବଜେଟ ଗରିବଙ୍କୁ ସଶକ୍ତ କରିବ । ଅନ୍ତିମ ଶ୍ରେଣୀର ଲୋକଙ୍କ ପାଖରେ ଲାଭ ପହଞ୍ଚିବ । ଶିକ୍ଷା, ଦକ୍ଷତା ବିକାଶ, ଗବେଷଣା ଓ ବିକାଶ, ଡିଜିଟାଲ ଭିତ୍ତିଭୂମି, ସବୁଜ ଅର୍ଥନୀତି ଏବଂ ରୋଜଗାର କ୍ଷେତ୍ରକୁ ମଜଭୂତ କରିବା ଭଳି ବଜେଟ । ଏହି ବଜେଟ ଭାରତ ପାଇଁ ଏକ ଦାୟିତ୍ବବାନ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି । ଯାହା ଦେଶକୁ ଟେକ୍ନୋଲୋଜି ଭିତ୍ତିରେ ଜ୍ଞାନ ଆଧାରିତ ଅର୍ଥନୀତିରେ ପରିଣତ କରିବା ପାଇଁ ଏକ ସୁଦୃଢ ମୂଳଦୁଆ ପକାଇବ ।

ଆଗାମୀ ୨୫ ବର୍ଷକୁ ଧ୍ୟାନରେ ରଖି ହୋଇଥିବା ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଏହି ବଜେଟ ବିକଶିତ ଭାରତର ମୂଳଦୁଆ ପକାଇଛି । ‘ମହିଳା ସମ୍ମାନ ସଞ୍ଚୟ ଯୋଜନା’ରେ ମହିଳା ମାନଙ୍କୁ ବ୍ୟବସାୟ ସହ ଯୋଡିବା ଏବଂ ସଶକ୍ତ ଓ ଆତ୍ମନିର୍ଭର କରିବା ଦିଗରେ ଧ୍ୟାନ ଦିଆଯାଇଛି । ଏକବିଂଶ ଶତାବ୍ଦୀର କାର୍ଯ୍ୟଶୈଳୀକୁ ଦୃଷ୍ଟିରେ ରଖି ବଜେଟ ପ୍ରସ୍ତୁତ ହୋଇଛି । ଆୟକର ସ୍ଲାବ ସୀମା ୫ ଲକ୍ଷରୁ ୭ ଲକ୍ଷକୁ ବୃଦ୍ଧି କରାଯାଇଛି । ଟିକସ ରିହାତି ନିମ୍ନ ଓ ମଧ୍ୟବିତ୍ତଙ୍କୁ ଆର୍ଥିକ ବୋଝରୁ ମୁକ୍ତ କରିବ । ପର୍ଯ୍ୟଟନକୁ ଗୁରୁତ୍ବ ଦିଆଯାଇଛି । ଚ୍ୟାଲେଞ୍ଜି ଆଧାରରେ ୫୦ଟି ଅତିରିକ୍ତ ବିମାନବନ୍ଦର, ଏୟାରଷ୍ଟ୍ରିପର ହେବ ପୁନଃରୁଦ୍ଧାର ହେବା ଦ୍ବାରା ବିଶ୍ବସ୍ତରୀୟ ପର୍ଯ୍ୟଟନ ସୁବିଧା ପର୍ଯ୍ୟଟକଙ୍କୁ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.