ETV Bharat / bharat

India Corona: ଦିନକରେ ୬,୪୨୨ ନୂଆ ସଂକ୍ରମିତ

author img

By

Published : Sep 15, 2022, 10:27 AM IST

India Corona
India Corona

ଦେଶରେ କୋରୋନା ସଂକ୍ରମଣ ହ୍ରାସ । ଗତ 24 ଘଣ୍ଟା ମଧ୍ୟରେ 6,422 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ମହାମାରୀ ପାଦୁର୍ଭାବ କମିଛି । କୋରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସିଛି (India witnesses decline in daily covid cases) । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା 5ରୁ 7 ହଜାର ମଧ୍ୟରେ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 6,422 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 6,422 fresh Covid Cases) । ଗତକାଲି ଏହି ସଂଖ୍ୟା 5,748 ଥିଲା । ଦେଶରେ ସଂକ୍ରମଣ କମୁଥିବାବେଳେ, ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 5,748 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,41,840ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 46,389ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 2.04%କୁ ବୃଦ୍ଧି ପାଇଛି । ସାପ୍ତାହିକ ପଜିଟିଭ ହାର 1.71% ରହିଛି । ଆଜି ପର୍ଯ୍ୟନ୍ତ 5,28,2506 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.06 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଦିନକରେ କେବଳ 3,14,692ଟି ଟେଷ୍ଟିଂ ହୋଇଛି ।

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 215 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 31,09,550 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ: ବ୍ରିଟେନରେ କାୟା ମେଲୁଛି କୋଭିଡର omicron BA.4.6 ଭାରିଆଣ୍ଟ

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.