ETV Bharat / bharat

India Corona: 8 ହଜାର 013 ନୂଆ ସଂକ୍ରମିତ, 119 ମୃତ

author img

By

Published : Feb 28, 2022, 9:55 AM IST

କମୁଛି କୋରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୮,୦୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

India Corona: 8 ହଜାର 013 ନୂଆ ସଂକ୍ରମିତ, 119 ମୃତ
India Corona: 8 ହଜାର 013 ନୂଆ ସଂକ୍ରମିତ, 119 ମୃତ

ନୂଆଦିଲ୍ଲୀ: କମୁଛି କୋରୋନା ଗ୍ରାଫ । ଦିନକୁ ଦିନ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କୋରୋନା ସଂକ୍ରମିତଙ୍କ ସଂଖ୍ୟା । ୪ ଲକ୍ଷ ସଂକ୍ରମଣ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଏବଂ ଏବେ ୧୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୮,୦୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 08,013 fresh covid cases) । ଗତକାଲି ଏହି ସଂଖ୍ୟା 10,273 ଥିଲା ।

ସଂକ୍ରମଣ ସହ ତାଳ ଦେଇ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଛି । ଦେଶରେ ଦିନକରେ 119 ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ 16,765 ଜଣ ସୁସ୍ଥ ହୋଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ 1,02,601ଟି ସକ୍ରିୟ ମାମଲା ରହିଛି । ଦୈନିକ ପଜିଟିଭ ହାର ଏବେ 1.11 ପ୍ରତିଶତରେ ପହଞ୍ଚିଛି । ଏଯାବତ୍ ଭାରତରେ ମୋଟ 4,23,07,686 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ5,13,843 ଜଣଙ୍କ କୋରୋନାରେ ମୃତ୍ୟୁ ଘଟିଛି । ସେହିପରି ସମୁଦାୟ 1,77,50,86,335 କୋଟି ଡୋଜ୍ ଟୀକାକରଣ କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.