ETV Bharat / bharat

India Corona: ଆଜି ଦେଶରେ 21 ହଜାର ପାର୍‌ ସଂକ୍ରମଣ

author img

By

Published : Jul 21, 2022, 9:54 AM IST

India Corona: ଦେଶରେ ଦିନକରେ ୨୧,୫୬୬ ସଂକ୍ରମିତ
India Corona: ଦେଶରେ ଦିନକରେ ୨୧,୫୬୬ ସଂକ୍ରମିତ

ଦେଶରେ ଚିନ୍ତା ବଢାଇଛି କୋରୋନା । ଗତ 24 ଘଣ୍ଟା ମଧ୍ୟରେ ମୋଟ 21,566 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି କୋରୋନା ସଂକ୍ରମଣ ବୃଦ୍ଧି ପାଇଛି । ଦୈନିକ ସଂକ୍ରମଣ ମାମଲା 20 ହଜାର ଅତିକ୍ରମ କରୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 21,566 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 21,566 fresh Covid Cases) । ଦିନକରେ 18,294 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,31,50,434କୁ ବୃଦ୍ଧି ପାଇଛି । ସେହିପରି 24 ଘଣ୍ଟାରେ ମୋଟ 45 ଜଣଙ୍କ ମୃତ୍ୟୁ ଘଟିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ସକ୍ରିୟ ମାମଲା ପାଖାପାଖି ଦେଢ ଲକ୍ଷ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,48,881କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ 4.25%ରେ ପହଞ୍ଚିଛି । ଏବେସୁଦ୍ଧା ସମୁଦାୟ 5,25,870 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 200 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 29,12,855 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.