ETV Bharat / bharat

India Corona: ଆଜି ବି ୨୧ ହଜାର ଉପରେ ସଂକ୍ରମଣ

author img

By

Published : Jul 22, 2022, 9:52 AM IST

India Corona: ଆଜି ବି ୨୧ ହଜାର ଉପରେ ସଂକ୍ରମଣ
India Corona: ଆଜି ବି ୨୧ ହଜାର ଉପରେ ସଂକ୍ରମଣ

ଦେଶରେ ବଢୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 21,880 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ହେଲା ଉପରମୁହାଁ କୋରୋନା ଗ୍ରାଫ୍ । ଲଗାତାର ଦ୍ବିତୀୟ ଦିନରେ ୨୧ ହଜାର ଟପିଲା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 21,880 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 21,880 fresh Covid Cases) । ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ କ୍ରମଶଃ ବୃଦ୍ଧି ପାଉଛି । ଦିନକରେ 60 ଜଣ ଆକ୍ରାନ୍ତ ଆଖି ବୁଜିଥିବା ବେଳେ 21,219 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,31,71,653କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,49,482କୁ ବୃଦ୍ଧି ପାଇଛି । ଏବେ ସୁଦ୍ଧା ସମୁଦାୟ 5,25,930 ଜଣ କୋରୋନା ସଂକ୍ରମଣ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 200 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 37,06,997 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.