ETV Bharat / bharat

India Corona: ଦିନକରେ 14,830 ନୂଆ ସଂକ୍ରମିତ ଚିହ୍ନଟ

author img

By

Published : Jul 26, 2022, 9:33 AM IST

India Corona: ଦିନକରେ 14,830 ନୂଆ ସଂକ୍ରମିତ
India Corona: ଦିନକରେ 14,830 ନୂଆ ସଂକ୍ରମିତ

ଦେଶରେ କମିଲା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 14,830 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ଦୁଇ ଦିନ ହେଲା କୋରୋନା ସଂକ୍ରମଣ ହ୍ରାସ ପାଉଛିି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 14,830 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 14,830 fresh Covid Cases) । ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ କ୍ରମଶଃ ହ୍ରାସ ପାଉଛି । ଦିନକରେ 36 ଜଣ ଆକ୍ରାନ୍ତ ଆଖି ବୁଜିଥିବା ବେଳେ 18,159 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,32,46,829କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,47,512କୁ ବୃଦ୍ଧି ପାଇଛି । ଦୈନିକ ପଜିଟିଭ ରେଟ୍ 3.48% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,110 ଜଣ କୋରୋନା ସଂକ୍ରମଣ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 200 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 30,42,476 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.