ETV Bharat / bharat

India Corona: ଦିନକରେ 20,409 ନୂଆ ସଂକ୍ରମିତ

author img

By

Published : Jul 29, 2022, 9:51 AM IST

India Corona: ଦିନକରେ 20,409 ନୂଆ ସଂକ୍ରମିତ
India Corona: ଦିନକରେ 20,409 ନୂଆ ସଂକ୍ରମିତ

ଦେଶରେ ବଢିଲା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 20,409 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ଦୁଇ ଦିନ ପଜିଟିଭ ମାମଲା 20 ହଜାର ପାର୍ କରୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 20,409 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 20,409 fresh Covid Cases) । ସେହିପରି ଦିନକରେ 22,697 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,33,09,484କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,43,988ରେ ପହଞ୍ଚିଛି । ଏବେ ସୁଦ୍ଧା ସମୁଦାୟ 5,26,258 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 203 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 38,63,960 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.