ETV Bharat / bharat

India Corona: ଦେଶରେ ପୁଣି ୨୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ

author img

By

Published : Jul 30, 2022, 9:48 AM IST

India Corona: ଦେଶରେ ପୁଣି ୨୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ
India Corona: ଦେଶରେ ପୁଣି ୨୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ

ଚିନ୍ତା ବଢାଉଛି କୋରୋନା । ଗତ 24 ଘଣ୍ଟା ମଧ୍ୟରେ 20,408 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ପ୍ରତିଦିନ ପଜିଟିଭ ମାମଲା 20 ହଜାର ଉପରେ ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 20,408 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 20,408 fresh Covid Cases) । ସେହିପରି ଦିନକରେ 54 ଜଣଙ୍କ ମୃତ୍ୟୁ ଘଟିଛି ଏବଂ 20,958 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,33,30,442କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,43,384ରେ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭ ରେଟ 5.05% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,312 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 203 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 33,87,173 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.