ETV Bharat / bharat

India Corona: ଦିନକରେ 19,673 ନୂଆ ସଂକ୍ରମିତ

author img

By

Published : Jul 31, 2022, 9:51 AM IST

India Corona: ଦିନକରେ 19,673 ନୂଆ ସଂକ୍ରମିତ
India Corona: ଦିନକରେ 19,673 ନୂଆ ସଂକ୍ରମିତ

ଦେଶରେ କୋରୋନା ବଢାଉଛି ଚିନ୍ତା । ଗତ 24 ଘଣ୍ଟା ମଧ୍ୟରେ 19,673 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । କେଉଁ ଦିନ ସଂକ୍ରମଣ କମୁଛି ତ ପୁଣି କେତେବେଳେ ଅଧିକ ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 19,673 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 19,673 fresh Covid Cases) । ସେହିପରି ଦିନକରେ 45 ଜଣଙ୍କ ମୃତ୍ୟୁ ଘଟିଛି ଏବଂ 19,336 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,33,49,778କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,43,676ରେ ପହଞ୍ଚିଛି । ଏବେ ସୁଦ୍ଧା ସମୁଦାୟ 5,26,357 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 204 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 31,36,029 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.