ETV Bharat / bharat

India Corona: ଦିନକରେ 19,893 ନୂଆ ସଂକ୍ରମିତ

author img

By

Published : Aug 4, 2022, 9:54 AM IST

India Corona: ଦିନକରେ 19,893 ନୂଆ ସଂକ୍ରମିତ
India Corona: ଦିନକରେ 19,893 ନୂଆ ସଂକ୍ରମିତ

ଦେଶରେ ବଢିଲା କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 19,893 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 19,893 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 19,893 fresh Covid Cases) । ସଂକ୍ରମଣ ବଢିବା ସହ ଦିନକରେ 53 ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ମୋଟ ସୁସ୍ଥସଂଖ୍ୟା 4,34,24029,778କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,36,478ରେ ପହଞ୍ଚିଛି । ଏବେ ସୁଦ୍ଧା ସମୁଦାୟ 5,26,530 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 205 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 38,20,676 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.