ETV Bharat / bharat

India Corona: ଦେଶରେ ୨୦ ହଜାର ଡେଇଁଲା ଦୈନିକ ସଂକ୍ରମଣ

author img

By

Published : Aug 5, 2022, 10:00 AM IST

India Corona: ଦେଶରେ ୨୦ ଡେଇଁଲା ଦୈନିକ ସଂକ୍ରମଣ
India Corona: ଦେଶରେ ୨୦ ଡେଇଁଲା ଦୈନିକ ସଂକ୍ରମଣ

ଦେଶରେ ବଢିଲା କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 20,551 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ବଢିଲା କୋରୋନା ସଂକ୍ରମଣ । କିଛି ଦିନର ବ୍ୟବଧାନ ପରେ ପୁଣି 20 ହଜାର ଡେଇଁଲା ଦୈନିକ ପଜିଟିଭ ମାମଲା । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 20,551 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 20,551 fresh Covid Cases) । ସେହିପରି ଦିନକରେ 70 ଜଣଙ୍କ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ 21,595 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,34,45,624କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାମଧ୍ୟ ପଢନ୍ତୁ: ଦିଲ୍ଲୀରେ ପୁଣି ଦୁଇ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,35,364ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 5.14% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,600 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 205 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 36,95,835 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.