ETV Bharat / bharat

India Corona: ଦିନକରେ 18,738 ନୂଆ ସଂକ୍ରମିତ

author img

By

Published : Aug 7, 2022, 9:34 AM IST

India Corona: ଦିନକରେ 18,738 ନୂଆ ସଂକ୍ରମିତ
India Corona: ଦିନକରେ 18,738 ନୂଆ ସଂକ୍ରମିତ

ଦେଶରେ ଚିନ୍ତା ବଢାଉଛି କୋରୋନା । ଗତ 24 ଘଣ୍ଟା ମଧ୍ୟରେ 18,738 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦୁଇ ଦିନ ହେଲା ଦୈନିକ ସଂକ୍ରମଣ ମାମଲା 20 ହଜାର ତଳେ ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 18,738 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 18,738 fresh Covid Cases) । ସେହିପରି ଦିନକରେ 18,558 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,34,84,110କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,34,933ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 5.02% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,689 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 206 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 29,58,617 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.