ETV Bharat / bharat

India Corona: ଦିନକରେ 16,047 ନୂଆ ସଂକ୍ରମିତ

author img

By

Published : Aug 10, 2022, 9:42 AM IST

India Corona: ଦିନକରେ 16,047 ନୂଆ ସଂକ୍ରମିତ
India Corona: ଦିନକରେ 16,047 ନୂଆ ସଂକ୍ରମିତ

ଦେଶରେ ବଢିଲା ସଂକ୍ରମଣ । ଦିନକରେ 16,047 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଗତକାଲି ସଂକ୍ରମିତଙ୍କ ସଂଖ୍ୟା 15 ହଜାର ତଳକୁ ଖସି ଥିବାବେଳେ ଆଜି ପୁଣି ବୃଦ୍ଧି ପାଇଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 16,047 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 16,047 fresh Covid Cases) । ସେହିପରି ଦିନକରେ 19,539 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,35,35,610କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,28,261ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 4.94% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,826 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 207 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 15,21,429 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.