ETV Bharat / bharat

India Corona, ଦିନକରେ 16561 ନୂଆ ସଂକ୍ରମିତ

author img

By

Published : Aug 12, 2022, 10:00 AM IST

India Corona, ଦିନକରେ 16,561 ନୂଆ ସଂକ୍ରମିତ
India Corona, ଦିନକରେ 16,561 ନୂଆ ସଂକ୍ରମିତ

ଦେଶରେ ବଢୁଛି ସଂକ୍ରମଣ । ଦିନକରେ 16,561 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ । ତିନି ଦିନ ହେଲା ଦୈନିକ ସଂକ୍ରମଣ ମାମଲା 15 ହଜାର ଉପରେ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 16,561 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 16,561 fresh Covid Cases) । ସେହିପରି ଦିନକରେ 18,053 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,35,73,049କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,23,535ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 5.44% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,928 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 207 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 17,72,441 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.