ETV Bharat / bharat

India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ

author img

By

Published : Aug 17, 2022, 9:47 AM IST

India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ
India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ

କ୍ରମାଗତ ଦ୍ବିତୀୟ ଦିନରେ ୧୦ ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେମୋଟ 9,062 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ସଂକ୍ରମଣ । ଦୁଇ ଦିନ ହେଲା ଦୈନିକ ପଜିଟିଭ ମାମଲା 10 ହଜାର ତଳେ ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 9,062 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 9,062 fresh Covid Cases) । ଗୋଟିଏ ଦିନରେ 36 ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦିନକରେ 15,220 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,36,54,064 କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,05,058ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 2.49% ରହିଛି । ଏବେ ସୁଦ୍ଧା ସମୁଦାୟ 5,27,134ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ 208 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 25,90,557 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.