ETV Bharat / bharat

India Corona, ଦିନକରେ ୧୦ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ

author img

By

Published : Aug 27, 2022, 10:23 AM IST

India Corona, ଦିନକରେ ୧୦ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ
India Corona, ଦିନକରେ ୧୦ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ

କମିଲା କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 9,520 ନୂଆ କୋରୋନା ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ କମିଲା କୋରୋନା ସଂକ୍ରମଣ । କିଛି ଦିନର ବ୍ୟବଧାନ ପରେ ଦୈନିକ ସଂକ୍ରମଣ ମାମଲା 10 ହଜାର ତଳକୁ ଖସିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 9,520 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 9,520 fresh Covid Cases) । ସଂକ୍ରମଣ କମିବା ସହ ଦିନକରେ 41 ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି 12,875 କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,37,83,788କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 87,311ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 2.50% ରହିଛି । ସେହିପରି ଦେଶରେ ସାପ୍ତାହିକ ପଜିଟିଭ ହାର2.80% ଅଛି । ଏବେସୁଦ୍ଧା ସମୁଦାୟ 5,27,597 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । କୋଭିଡ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସାରା ଦେଶରେ 88.47 କୋଟି ଟେଷ୍ଟିଂ ହୋଇଛି ।

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 211 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 25,86,805 ଜଣଙ୍କୁ ଟିକା ଦିଆଯାଇଛି । ସେହପରି ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ(Manuskh mandaviya) ସୂଚନା ଦେଇଛନ୍ତି ।

ଦେଶରେ କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି । ସମସ୍ତ ସରକାରୀ କୋଭିଡ ଟୀକାକରଣ କେନ୍ଦ୍ରରେ ଏହି ବୁଷ୍ଟର ଡୋଜ୍ ମିଳୁଛି । ଶୁକ୍ରବାର ସୁଦ୍ଧା ଦେଶବ୍ୟାପୀ ମୋଟ 14.7 କୋଟି ବୁଷ୍ଟର ଡୋଜ ଦିଆଯାଇଛି । କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ କ୍ୟାମ୍ପେନ ସମୟରେ 9.6 କୋଟି ଲୋକେ ବୁଷ୍ଟର ଡୋଜ ନେଇଛନ୍ତି । ଦୈନିକ ହାରାହାରି ଡୋଜ୍ ପ୍ରଦାନ ସଂଖ୍ୟା 27.77 ଲକ୍ଷକୁ ବୃଦ୍ଧି ପାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.