ETV Bharat / bharat

India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ

author img

By

Published : Aug 28, 2022, 10:44 AM IST

India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ
India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ

ଦୁଇ ଦିନ ହେଲା କମୁଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 9,436 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ କମୁଛି କୋରୋନା ସଂକ୍ରମଣ । ଦୁଇ ଦିନ ହେଲା ଦୈନିକ ସଂକ୍ରମଣ ମାମଲାରେ ହ୍ରାସ ଦେଖିବାକୁ ମିଳୁଛି । ଆଜି ବି ଦେଶରେ ପଜିଟିଭ ମାମଲା ୧୦ ହଜାରରୁ କମ୍ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 9,436 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 9,436 fresh Covid Cases) । ସଂକ୍ରମଣ କମିବା ସହ ସୁସ୍ଥସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 9,999 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,37,93,787କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ(Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 86,591ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 2.93% ରହିଛି । ସେହିପରି ଦେଶରେ ସାପ୍ତାହିକ ପଜିଟିଭ ହାର 2.70% ଅଛି । ଦେଶରେ କୋରୋନା ସୁସ୍ଥହାର 98.62%ରେ ପହଞ୍ଚିଛି । ଏବେସୁଦ୍ଧା ସମୁଦାୟ 5,27,754 ଜଣ କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । କୋଭିଡ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସାରା ଦେଶରେ 88.50 କୋଟି ଟେଷ୍ଟିଂ ହୋଇଛି । ଗତ ୨୪ ଘଣ୍ଟାରେ 3,22,551 ଟେଷ୍ଟି କରାଯାଇଛି ।

ଏହାମଧ୍ୟ ପଢନ୍ତୁ: ଜୟଲଳିତାଙ୍କ ମୃତ୍ୟୁ ମାମଲା, ସରକାରଙ୍କ ନିକଟରେ ରିପୋର୍ଟ ଦାଖଲ କଲା ତଦନ୍ତ କମିଶନ

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 211 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 26,53,964 ଜଣଙ୍କୁ ଟିକା ଦିଆଯାଇଛି । ସେହିପରି ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.