ETV Bharat / bharat

India Corona: ଦିନକରେ 18,313 ନୂଆ ସଂକ୍ରମିତ ଚିହ୍ନଟ

author img

By

Published : Jul 27, 2022, 10:02 AM IST

India Corona: ଦିନକରେ 18,313 ନୂଆ ସଂକ୍ରମିତ ଚିହ୍ନଟ
India Corona: ଦିନକରେ 18,313 ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 18,313 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 18,313 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 18,313 fresh Covid Cases) । ଯାହାକି ମଙ୍ଗଳବାର 14,830 ଥିଲା । ସେହିପରି ଦିନକରେ 57 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ଏବଂ 20,742 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,32,67,571କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ପାଖାପାଖି ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,45,026କୁ ବୃଦ୍ଧି ପାଇଛି । ଦୈନିକ ପଜିଟିଭ ରେଟ୍ 4.31% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,167 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 200 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 27,37,235 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.