ETV Bharat / bharat

India Corona: ଦିନକରେ 19,406 ନୂଆ ସଂକ୍ରମିତ

author img

By

Published : Aug 6, 2022, 10:08 AM IST

India Corona: ଦିନକରେ 19,406 ନୂଆ ସଂକ୍ରମିତ
India Corona: ଦିନକରେ 19,406 ନୂଆ ସଂକ୍ରମିତ

ଦେଶରେ ବଢୁଛି କୋରୋନା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 19,406 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା 20 ହଜାର ପାଖାପାଖି ରହୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 19,406 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 19,406 fresh Covid Cases) । ସେହିପରି ଦିନକରେ 49 ଜଣଙ୍କ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ 19,928 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,34,65,552କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 1,34,793ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 4.96% ରହିଛି । ଏବେ ସୁଦ୍ଧା ସମୁଦାୟ 5,26,649 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ 205 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 32,73,551 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.