ETV Bharat / bharat

India Corona, ଦିନକରେ 10 ହଜାରରୁ ଅଧିକ ସଂକ୍ରମିତ

author img

By

Published : Aug 25, 2022, 10:12 AM IST

India Corona, ଦିନକରେ 10 ହଜାରରୁ ଅଧିକ ସଂକ୍ରମିତ
India Corona, ଦିନକରେ 10 ହଜାରରୁ ଅଧିକ ସଂକ୍ରମିତ

ଦେଶରେ ବଢୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 10,725 ନୂଆ କୋରୋନା ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା ସଂକ୍ରମଣ । ଦୁଇ ଦିନ ହେଲା ସଂକ୍ରମଣ ମାମଲା 10 ହଜାର ଉପରେ ରହିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 10,725 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 10,725 fresh Covid Cases) । ସେହିପରି ଦିନକରେ ଦିନକରେ 36 ଜଣଙ୍କ ମୃତ୍ୟୁ ହୋଇଛି ଏବଂ 13,084 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,37,57,385କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାମଧ୍ୟ ପଢନ୍ତୁ: ମାରାତ୍ମକ ନୁହେଁ ଟମାଟୋ ଫ୍ଲୁ, କହିଲେ କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 94,047ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 4.21% ରହିଛି । ଏବେ ସୁଦ୍ଧା ସମୁଦାୟ 5,27,488 ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ 209 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 23,50,665 ଜଣଙ୍କୁ ଟିକା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.