ETV Bharat / bharat

India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ

author img

By

Published : Aug 31, 2022, 10:24 AM IST

India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ
India Corona, ଆଜି ବି ୧୦ ହଜାର ତଳେ ସଂକ୍ରମଣ

ଦେଶରେ କମୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 7,231 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ । 10 ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମାତ୍ର 7,231 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 7,231 fresh Covid Cases) । ଯଦିଓ ଗତକାଲି ଏହି ସଂଖ୍ୟା 5,439 ଥିଲା । ହେଲେ ସଂକ୍ରମଣ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ଅନ୍ୟପଟେ ଦେଶରେ ସଂକ୍ରମଣ କମୁଥିବା ବେଳେ, ସୁସ୍ଥସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 10,828 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା 4,38,35,852କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 64,667ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 2.05% ରହିଛି । ସେହିପରି ଦେଶରେ ସାପ୍ତାହିକ ପଜିଟିଭ ହାର 2.55% ଅଛି । ଦେଶରେ କୋରୋନା ସୁସ୍ଥହାର 98.66%ରେ ପହଞ୍ଚିଛି । ଏବେସୁଦ୍ଧା 5,27,874 ହଜାରରୁ ଅଧିକ କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । କୋଭିଡ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସାରା ଦେଶରେ 4,44,28,393 ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶବ୍ୟାପୀ 88.58 କୋଟି ଟେଷ୍ଟିଂ ହୋଇଛି ।

ଏହାମଧ୍ୟ ପଢନ୍ତୁ: ହେୟାର କଲର, ପ୍ଲାଷ୍ଟିକରୁ ଗର୍ଭବତୀ ମହିଳାଙ୍କୁ କ୍ୟାନ୍ସର ହେବାର ଆଶଙ୍କା ଅଧିକ, ଜାଣନ୍ତୁ କାହିଁକି

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 212 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 22,50,854 ଜଣଙ୍କୁ ଟିକା ଦିଆଯାଇଛି । ସେହିପରି ପ୍ରତିଦିନ ଦେଶରେ 22 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.