ETV Bharat / bharat

India Corona: ଦିନକରେ ୫ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ

author img

By

Published : Sep 24, 2022, 10:15 AM IST

India Corona: ଦିନକରେ ୫ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ
India Corona: ଦିନକରେ ୫ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ

ଦେଶରେ କମୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 4,912 ଜଣ ନୂଆ ସଂକ୍ରମିତ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା 10 ହଜାର ତଳେ ରହୁଛି (India Sees Decline In Daily Covid Cases) । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ 5 ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ ମୋଟ 4,912 ନୂଆ କୋରୋନା ପଜିଟିଭ ମାମଲା ପ୍ରକାଶ ପାଇଛି(India Records 4,912 fresh Covid Cases) । ଗତକାଲି ଏହି ସଂଖ୍ୟା 5,383 ଥିଲା । ଗୋଟିଏ ପଟେ ଦେଶରେ ସଂକ୍ରମଣ କମୁଥିବା ବେଳେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 5,719ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,90,414ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 44,436ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.62%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର 1.69% ରହିଛି । ଆଜି ପର୍ଯ୍ୟନ୍ତ 5,28,487 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.33 କୋଟି କୋରୋନା ଟେଷ୍ଟିଂ କରାଯାଇଛି ।

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 217 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,76,840 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ: Ebola outbreak: ଉଗାଣ୍ଡାରେ ବ୍ୟାପୁଛି ଇବୋଲାର ସୁଡାନ ଷ୍ଟ୍ରେନ୍, ଜଣେ ମୃତ

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' (COVID Vaccination Amrit Mahotsav) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.