India Corona: ଦିନକରେ ୫୩୮୩ ନୂଆ ସଂକ୍ରମିତ

author img

By

Published : Sep 23, 2022, 10:38 AM IST

India Corona: ଦିନକରେ ୫୩୮୩ ନୂଆ ସଂକ୍ରମିତ

ଦେଶରେ କମୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 5,383 ଜଣ ନୂଆ ସଂକ୍ରମିତ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ବିଗତ କିଛି ଦିନ ହେଲାଣି ଦୈନିକ ସଂକ୍ରମଣ ମାମଲା 10 ହଜାର ତଳେ ରହିଛି (India witnesses decline in covid cases) । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,383 ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି (India Records 5,383 fresh Covid Cases) । ଗତକାଲି ଏହି ସଂଖ୍ୟା 5,443 ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ସେହି ଅନୁପାତରେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 6,424 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,84,695ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଅଧିକାଂଶ ସମୟରେ ଦେଶରେ ସଂକ୍ରମଣ ଅପେକ୍ଷା ସୁସ୍ଥସଂଖ୍ୟା ଅଧିକ ରହୁଥିବା ଦେଖାଯାଉଛି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 45,281ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.68%କୁ ବୃଦ୍ଧି ପାଇଛି । ସାପ୍ତାହିକ ହାର 1.70% ରହିଛି । ଆଜି ପର୍ଯ୍ୟନ୍ତ 5,28,429 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.30 କୋଟି କୋରୋନା ଟେଷ୍ଟିଂ କରାଯାଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି ।

ସାରା ଦେଶରେ ଆଜି ପର୍ଯ୍ୟନ୍ତ 217 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 14,91,017 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ: Constipation Problem: ଆପଣାନ୍ତୁ ଏହିସବୁ ଖାଦ୍ୟ, ଦୂର ହେବ କୋଷ୍ଠକାଠିନ୍ୟ

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' (COVID Vaccination Amrit Mahotsav) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.