ETV Bharat / bharat

India Corona: ଦିନକରେ 5,747 ନୂଆ ସଂକ୍ରମିତ

author img

By

Published : Sep 17, 2022, 10:14 AM IST

Updated : Sep 17, 2022, 11:01 AM IST

India Corona: ଦିନକରେ ୬,୨୯୮ ନୂଆ ସଂକ୍ରମିତ
India Corona: ଦିନକରେ ୬,୨୯୮ ନୂଆ ସଂକ୍ରମିତ

ଦେଶରେ କୋରୋନା ସଂକ୍ରମଣ ହ୍ରାସ । ଗତ 24 ଘଣ୍ଟା ମଧ୍ୟରେ 5,747 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ଦ୍ରୁତଗତିରେ ବଢୁଥିବା ସଂକ୍ରମଣ ମାମଲାରେ ବିଗତ କିଛି ଦିନ ହେଲା ବ୍ରେକ ଲାଗିଛି । ଦେଶରେ ଏବେ ଦୈନିକ ପଜିଟିଭ ମାମଲା 5ରୁ 6 ହଜାର ମଧ୍ୟରେ ରହୁଛି (India witnesses decline in daily covid cases) । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 5,747 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 5,747 fresh Covid Cases) । ଗୋଟଏ ପଟେ ସଂକ୍ରମଣ କମୁଥିବା ବେଳେ, ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 5,618 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,53,374ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 46,848ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.69%କୁ ବୃଦ୍ଧି ପାଇଛି । ଆଜି ପର୍ଯ୍ୟନ୍ତ 5,28,302 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ 89.09 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି ।

ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ 216 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 23,92,530 ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ 20 ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା(Manuskh mandaviya) ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ: Memory Booster: କାହିଁକି ହ୍ରାସ ପାଏ ସ୍ମୃତିଶକ୍ତି ? ଜାଣନ୍ତୁ କାରଣ ଓ ନିରାକରଣ

କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ 15ରୁ 'କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର 30 ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ 18 ବର୍ଷ ଏବଂ 75 ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

Last Updated :Sep 17, 2022, 11:01 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.