ETV Bharat / bharat

ପଞ୍ଜାବରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

author img

By

Published : Jul 16, 2022, 9:51 PM IST

ପଞ୍ଜାବରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ
ପଞ୍ଜାବରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତପଞ୍ଜାବରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ପଞ୍ଜାବର ଭଟିଣ୍ଡାରେ ଏକ ପାର୍କରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ । କାର୍ଯ୍ୟାନୁଷ୍ଠାନ ଦାବି କଲେ ସ୍ଥାନୀୟ ଲୋକ । ଅଧିକ ପଢନ୍ତୁ

ଚଣ୍ଡିଗଡ: ପଞ୍ଜାବର ଭଟିଣ୍ଡା ଜିଲ୍ଲାର ତାଲୱାଣ୍ଡି ସାବୋ ସବ-ଡିଭିଜନର ରାମମାଣ୍ଡିରେ ଥିବା ଏକ ସର୍ବସାଧାରଣ ପାର୍କରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ଏପରି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତଜେନା ପ୍ରକାଶ ପାଇଛି ।

ଏପରି କରିଥିବା ଦୁର୍ବୁତ୍ତଙ୍କୁ ଚିହ୍ନଟ କରିବା ସହ ତୁରନ୍ତ ଗିରଫ କରିବା ପାଇଁ ସ୍ଥାନୀୟ ବାସିନ୍ଦା ପ୍ରଶାସନ ନିକଟରେ ଦାବି କରିଛନ୍ତି । ଘଟଣା ନେଇ ସ୍ଥାନୀୟ ରାମମାଣ୍ଡି ପୋଲିସ ତଦନ୍ତ ଜାରି ରଖିଛି । ଏପର୍ଯ୍ୟନ୍ତ କେହି ଅଭିଯୁକ୍ତ ଗିରଫ ହୋଇନାହାନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.