ETV Bharat / bharat

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

author img

By

Published : Aug 12, 2022, 8:26 PM IST

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶୁକ୍ରବାର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି । ଅଧିକ ପଢ଼ନ୍ତୁ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତକାଲି(ଗୁରୁବାର) ଉପରାଷ୍ଟ୍ରପତି ଭାବରେ ଜଗଦୀପ ଧନଖଡ଼ ଶପଥ ଗ୍ରହଣ କରିବା ପରେ ଆଜି(ଶୁକ୍ରବାର) ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ।

ଦିଲ୍ଲୀରେ ଶୁକ୍ରବାର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପ୍ରଧାନମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି । ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ବିଦାୟୀ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମଧ୍ୟ ଉପସ୍ଥିତ ଥିଲେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.