ETV Bharat / bharat

ଗିନିଜ ଓ୍ବାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବାଧୀନ ଯୋଗ ସେସନ

author img

By

Published : Jun 21, 2023, 10:59 PM IST

ଗିନିଜ ଓ୍ବାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବାଧୀନ ଯୋଗ ଶେସନ
ଗିନିଜ ଓ୍ବାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବାଧୀନ ଯୋଗ ଶେସନ

ଇତିହାସ ରଚିଲା ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବାଧୀନ ଯୋଗ ସେସନ । ଗିନିଜ ଓ୍ବାର୍ଲ୍ଡ ରେକର୍ଡରେ ପାଇଲା ସ୍ଥାନ । 180 ରୁ ଅଧିକ ଦେଶର ନାଗରିକ କରିଥିଲେ ଅଂଶଗ୍ରହଣ । ଅଧିକ ପଢନ୍ତୁ

ହାଇଦ୍ରାବାଦ: ନ୍ୟୁୟର୍କ ସ୍ଥିତ ମିଳିତ ଜାତିସଂଘ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଯୋଗ ସେସନ ଗିନିଜ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି । ଏଥିରେ ପ୍ରାୟ 180 ରୁ ଅଧିକ ଦେଶର ବିଶିଷ୍ଟ ବ୍ୟକ୍ତିବିଶେଷ ଅଂଶଗ୍ରହଣ କରି ଯୋଗ ଅଭ୍ୟାସ କରିଥିଲେ । ଯାହାର ନେତୃତ୍ବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେଇଥିଲେ । କାର୍ଯ୍ୟକ୍ରମ ଶେଷରେ ଗିନିଜ ୱାର୍ଲ୍ଡ ରେକର୍ଡ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ବିଶ୍ବରେକର୍ଡର ପ୍ରମାଣପତ୍ର ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରୁଚିରା କମ୍ବୋଜ ମଧ୍ୟ ଉପସ୍ଥିତ ଥିଲେ ।

ନ୍ୟୁୟର୍କ ସ୍ଥିତ ଜାତିସଂଘ ମୁଖ୍ୟାଳୟରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବା ଅବସରରେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ‘‘ଯୋଗ ଭାରତୀୟ ପରମ୍ପରାରୁ ଆସିଛି । ହେଲେ ଏହା କିନ୍ତୁ ଏହା ଏକ ପ୍ରାଚୀନ ପରମ୍ପରା । ଏହା ବାସ୍ତବରେ ବୈଶ୍ବିକ ପରମ୍ପରା । ଏହି ଯୋଗ ମାନବତାକୁ ଯୋଡେ, ଏହା କେବଳ ଏକ ପରମ୍ପରା ନୁହେଁ ବରଂ ଏହା ଜୀବନର ଏକ ମାର୍ଗ । ଏହା ବୟସ, ଲିଙ୍ଗ ନିର୍ବିଶେଷରେ ସମସ୍ତ ବର୍ଗର ଲୋକଙ୍କ ପାଇଁ ଗ୍ରହଣୀୟ । ଏହା ସମସ୍ତ କପିରାଇଟଠାରୁ ମଧ୍ୟ ମୁକ୍ତ । ଗତ ବର୍ଷ ସମଗ୍ର ବିଶ୍ବ ବର୍ଷ 2023କୁ ‘ଅନ୍ତର୍ଜାତୀୟ ମିଲେଟ ବର୍ଷ’ ଭାବେ ପାଳନ କରିବା ନେଇ ଭାରତର ପ୍ରସ୍ତାବକୁ ସମର୍ଥନ କରିଥିଲା । ଏହା ଦେଖି ଖୁସି ଲାଗୁଛି, ପୁଣି ଥରେ ସମଗ୍ର ବିଶ୍ବ ଆଜି ଯୋଗ ପାଇଁ ଏକାଠି ହୋଇଛି । ମତେ ଏହା ସୂଚୀତ କରାଯାଇଛି, ଆଜିର ଏହି କାର୍ଯ୍ୟକ୍ରମରେ ସମଗ୍ର ଦେଶର ପ୍ରତିନିିଧି ଏକାଠି ହୋଇଛନ୍ତି । ଏଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ।"

ସମ୍ବୋଧନ କାର୍ଯ୍ୟକ୍ରମ ପରେ ଜାତିସଂଘ ମୁଖ୍ଯାଳୟରେ ଯୋଗ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଥିରେ ପ୍ରଧାନମନ୍ତ୍ରୀ ନିଜେ ଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟ 180 ଦେଶର ନାଗିରକ ଅଂଶଗ୍ରହଣ କରିଛନ୍ତି । କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଜାତିସଂଘ ମୁଖ୍ୟାଳୟରେ ଥିବା ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରୁଚିରା କମ୍ବୋଜ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଅନ୍ୟପଟେ ଆଜି ସାରା ବିଶ୍ବର କୋଣ ଅନୁକୋଣରେ ଯୋଗ ଦିବସ ପାଳିତ ହୋଇଛି ।ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବାଧୀନ ଯୋଗ ସେସନ ଗିନିଜ ଓ୍ବାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.