ETV Bharat / bharat

Mann Ki Baat: ବର୍ଷର ଶେଷ ମନ୍ ବି ବାତ୍ କାର୍ଯ୍ୟକ୍ରମ, ମନ କଥା କହିବେ ମୋଦି

author img

By

Published : Dec 25, 2022, 7:15 AM IST

96ତମ ତଥା ବର୍ଷ 2022ରେ ଶେଷ ମନ୍ କି ବାତ୍ ସଂସ୍କରଣରେ ( 96th edition of Mann Ki Baat) ଆଜି (ରବିବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ । ଅଧିକ ପଢନ୍ତୁ

PM Modi to address last Mann Ki Baat
ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ର ଆଜି (ରବିବାର) 96ତମ ସଂସ୍କରଣ (96th edition of Mann Ki Baat) । ପୂର୍ବାହ୍ନ 11ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦି । ବର୍ଷ 2022ରେ ଏହା ପ୍ରଧାନମନ୍ତ୍ରୀଙ୍କ ଶେଷ ମନ୍ କି ବାତ୍ କାର୍ଯ୍ୟକ୍ରମ ( PM Modi to address last Mann Ki Baat ) । ଏହି କାର୍ଯ୍ୟକ୍ରମକୁ ଦେଶର କୋଣ ଅନୁକୋଣରୁ ଲୋକମାନେ ଶୁଣିଥାନ୍ତି । ଭାରତୀୟ ଜନତା ପାର୍ଟି ଦ୍ବାରା ଦେଶର ବିଭିନ୍ନ ସ୍ଥାନରେ ଲୋକମାନେ ଏହି କାର୍ଯ୍ୟକ୍ରମକୁ ଶୁଣିବା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି ।

ଏହି କାର୍ଯ୍ୟକ୍ରମ ଅଲ ଇଣ୍ଡିଆ ରେଡିଓ ଏବଂ ଦୂରଦର୍ଶନରେ ପ୍ରସାରିତ ହେବ । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓ ବହୁ ଦଳୀୟ କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଏକ ମାସିକ ରେଡିଓ କାର୍ଯ୍ୟକ୍ରମ । ଯାହା ପ୍ରତି ମାସ ଶେଷ ରବିବାର ପ୍ରସାରିତ ହୋଇଥାଏ । ୨୦୧୪ ଅକ୍ଟୋବର ୩ରେ ମନ୍ କି ବାତ୍‌ର ପ୍ରଥମ ଏପିସୋଡ ପ୍ରସାରିତ ହୋଇଥିଲା । ହିନ୍ଦୀ ଭାଷାରେ ମନ କି ବାତ୍ ପ୍ରସାରଣ ପରେ ତୁରନ୍ତ ଆକାଶବାଣୀ ଆଞ୍ଚଳିକ ଭାଷାରେ ମୋଦିଙ୍କ ମନର କଥାକୁ ପ୍ରସାରିତ କରିଥାଏ । ନଭେମ୍ବର 27ରେ ପ୍ରଧାନମନ୍ତ୍ରୀ ଶେଷ ମନ୍ କି ବାତ୍ କାର୍ଯ୍ୟକ୍ରମ ପ୍ରସାରିତ ହୋଇଥିଲା ।

ପୂର୍ବ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ g-20 ସମ୍ମିଳନୀ ବିଷୟରେ ଆଲୋଚନା କରିଥିଲେ । ଆଗକୁ ଭାରତ ଜି20 ସମ୍ମିଳନୀର ସଭାପତିତ୍ବ କରିବାକୁ ଯାହାକୁ ନେଇ ସେ ଗର୍ବ ଅନୁଭବ କରିଥିବା କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହ ଖୁବଶୀଘ୍ର ମନ କି ବାତ କାର୍ଯ୍ୟକ୍ରମ 100ତମ ଅଧ୍ୟାୟ ପୂରଣ କରିବାକୁ ଯାଉଛି ବୋଲି ମଧ୍ୟ କହିଥିଲେ ।ଏହାସହ ନଭେମ୍ବର 18 ତାରିଖରେ ଦେଶର ପ୍ରଥମ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ରକେଟ୍ 'ବିକ୍ରମ-ଏସ୍'ର ସଫଳ ପରୀକ୍ଷଣ କରାଯାଇଥିଲା।(India first private rocket Vikram-S launched successfully) । ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ଲଞ୍ଚ୍ ପ୍ୟାଡରୁ ଏହା ପରୀକ୍ଷଣ କରାଯାଇଥିଲା । ଏହା ଏକ ବଡ ସଫଳତା ବୋଲି କହିଥିଲେ ମୋଦି।

ଏହା ବି ପଢନ୍ତୁ....SHOCKING INCIDENT: ଶିକ୍ଷୟତ୍ରୀଙ୍କ ଆଖିରୁ ବାହାରୁଛି ପଥର, ଡାକ୍ତର ବି ଆଶ୍ଚର୍ଯ୍ୟ

ପ୍ରଧାନମନ୍ତ୍ରୀଙ୍କ ଏହି ମାସିକ ରେଡ଼ିଓ କାର୍ଯ୍ୟକ୍ରମ 'ମନ୍‌ କି ବାତ୍‌' ଲୋକପ୍ରିୟତା ଦିନକୁ ଦିନ ବଢିବାକୁ ଲାଗିଛି । ଏଥର ମନ କି ବାତର ଏହି ସଂସ୍କରଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଏହା ବର୍ଷର ଶେଷ ମନ୍ କି ବାତ୍ କାର୍ଯ୍ୟକ୍ରମ । ଚଳିତ ବର୍ଷ ଦେଶ ସ୍ବାଧୀନତାର ୭୫ ବର୍ଷ ପୂରଣ କରିଛି ଦେଶ । ଦେଶବାସୀ ସ୍ବାଧୀନତାର ୭୬ ବର୍ଷରେ ପାଦ ଥାପିଛନ୍ତି । ଆଜାଦୀ କା ଅମୃତ ମହୋତ୍ସବ ପାଳିଥିବାବେଳେ ମନ୍ କି ବାତ୍‌ କାର୍ଯ୍ୟକ୍ରମର ଗୁରୁତ୍ବ ବଢିଛି । ଖାଲି ଭାରତରେ ନୁହେଁ ବିଶ୍ବରେ ଏହି ମନ୍ କି ବାତ୍ କାର୍ଯ୍ୟକ୍ରମର ଲୋକପ୍ରିୟତା ବଢିଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ଶୁଣିବାକୁ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ରାଜ୍ୟବାସୀଙ୍କୁ ଅନୁରୋଧ କରିଛି ବିଜେପି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.