ETV Bharat / bharat

Covid Surge: ଆଜି CM-PMଙ୍କ ସମୀକ୍ଷା ବୈଠକ

author img

By

Published : Jan 12, 2022, 10:47 PM IST

Updated : Jan 13, 2022, 9:21 AM IST

covid scare: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ
covid scare: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସମୀ covid scare: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକକ୍ଷା ବୈଠକ

ଆଜି ମୁଖ୍ୟମନ୍ତ୍ରୀ ମାନଙ୍କ ସହ କୋଭିଡ ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ । ଅପରାହ୍ନରେ ଭର୍ଚ୍ଚୁଆଲି ହେବ ବୈଠକ । ଅଧିକ ପଢନ୍ତୁ

ନୂଆଦିଲ୍ଲୀ: ଆଜି କୋଭିଡ ସ୍ଥିତି ନେଇ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକ ଅପରାହ୍ନ 4:30 ସମୟରେ ଭର୍ଚ୍ଚୁଆଲ ମୋଡରେ ଅନୁଷ୍ଠିତ ହେବ । ରାଜ୍ୟର କୋଭିଡ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇବେ । ଗତ 9 ତାରିଖରେ ଦେଶର କୋଭିଡ ସ୍ଥିତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ।

ଉକ୍ତ ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଜିଲ୍ଲାସ୍ତରରେ ପର୍ଯ୍ୟାପ୍ତ ସ୍ୱାସ୍ଥ୍ୟ ଭିତ୍ତିଭୂମି ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱାରୋପ କରିବା ସହ ରାଜ୍ୟ ସହ ଏହି ପ୍ରସଙ୍ଗରେ ସମନ୍ୱୟ ରକ୍ଷା କରିବାକୁ କେନ୍ଦ୍ରୀୟ ଅଧିକାରୀ ଓ ସଂସ୍ଥାକୁ ମଧ୍ୟ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହି ବୈଠକ ପରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରି ରାଜ୍ୟଓ୍ବାରୀ କୋଭିଡ ସ୍ଥିତି ସମୀକ୍ଷା କରିବେ ବୋଲି ସୂଚନା ମିଳିଥିଲା ।

ନିକଟ ଅତୀତରେ ଦେଶରେ କୋଭିଡ ସଂକ୍ରମଣ ଚିନ୍ତାଜନକ ଭାବେ ବୃଦ୍ଧି ଘଟିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କହିବାନୁସାରେ, ଭାରତ ବୁଧବାର1,94,720 ନୂତନ ସଂକ୍ରମଣ ମାମଲା ସାମ୍ନାକୁ ଆସିଥିବା ବେଳେ 442 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେହିପରି ଦେଶରେ ବର୍ତ୍ତମାନ ଦୈନିକ ସଂକ୍ରମଣ ହାର 11.05 ପ୍ରତିଶତ ରହିଛି । ଏହି ଅନୁପାତରେ ସକ୍ରିୟ ମାମଲା 2.65 ପ୍ରତିଶତକୁ ମଧ୍ୟ ବୃଦ୍ଧି ପାଇଲାଣି ।

9 ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ, ଗୃହ ସଚିବ ଅଜୟ ଭାଲା, ନୀତି ଆୟୋଗ ମୁଖ୍ୟଙ୍କ ସହ ଅନ୍ୟ କିଛି ବରିଷ୍ଠ ଅଧିକାରୀ ମଧ୍ୟ ଯୋଗ ଦେଇଥିଲେ ।

ANI

Last Updated :Jan 13, 2022, 9:21 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.