ମଦ ବ୍ୟବସାୟୀଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ, ପୋଲିସର ତଦନ୍ତ ଜାରି

author img

By

Published : Sep 20, 2021, 6:13 PM IST

Updated : Sep 20, 2021, 6:41 PM IST

od_bam_murder_7205524

ଶୋଇଥିବାବେଳେ ମଦ ବ୍ୟବସାୟୀଙ୍କୁ ପଥର ଛେଚି ହତ୍ୟା ଅଭିଯୋଗ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ପଢନ୍ତୁ...

ବ୍ରହ୍ମପୁର: ମଦ ବ୍ୟବସାୟୀଙ୍କୁ ପଥର ଛେଚି ହତ୍ୟା କରାଯାଇଥିବା ଅଭିଯୋଗ । ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡିଘାଇ ଗ୍ରାମରେ ବିଳମ୍ବିତ ରାତ୍ରରେ ଘଟିଯାଇଛି ଏଭଳି ଘଟଣା ।

ମଦ ବ୍ୟବସାୟୀଙ୍କୁ ପଥର ଛେଚି ହତ୍ୟା ଅଭିଯୋଗ, ପୋଲିସର ତଦନ୍ତ ଜାରି

ସୂଚନାଅନୁଯାୟୀ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡିଘାଇ ଗ୍ରାମର ବିନାୟକ ପ୍ରଧାନ ଶୋଇଥିବାବେଳେ କିଏ ପଥରରେ ଛେଚି ହତ୍ୟା କରିଛି । ଗ୍ରାମର ଠାକୁରାଣୀ ମନ୍ଦିର ପାଖରେ ବିନାୟକ ପ୍ରଧାନ ନାମକ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଛି । ଘଟଣାସ୍ଥଳରେ ଉକ୍ତ ଯୁବକଙ୍କ ମୃତ୍ୟୁ ଘଟିଛି । ଘଟଣାପରେ ପୁରୁଷୋତ୍ତମପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଅନ୍ୟପଟେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହତ୍ୟାର ପ୍ରକୃତ ସତ୍ୟତା ଜଣାପଡ଼ିବ ବୋଲି ପୋଲିସ କହିଛି ।

ତେବେ ଦିନକୁ ଦିନ ଜିଲ୍ଲାରେ ଅପରାଧ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି କୋଦଳା ଥାନା ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଥିବାବେଳେ ଜିଲ୍ଲାରେ ୨୪ ଘଣ୍ଟା ନପୁରୁଣୁ ପୁଣି ଏକ ହତ୍ୟାକାଣ୍ଡ ଘଟିଛି । ଏହି ଘଟଣା ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Last Updated :Sep 20, 2021, 6:41 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.