ETV Bharat / city

2024 ସୁଦ୍ଧା କାର୍ଯ୍ୟକାରୀ ହେବ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ

author img

By

Published : Apr 27, 2022, 7:11 AM IST

ରୂପାନ୍ତରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକର ଶୃଙ୍ଖଳାର ପ୍ରଥମ ବୈଠକ
ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ

ଜଳସଂପଦ ବିଭାଗର ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ । 2024 ସୁଦ୍ଧା ୧୫ ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବା ନେଇ ନିଷ୍ପତ୍ତି ହୋଇଛି । ଏନେଇ ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଛନ୍ତି । ସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ରୂପାନ୍ତର ଆଣିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଅଧିକ ପଢନ୍ତୁ

ଭୁବନେଶ୍ବର: ଜଳସଂପଦ ବିଭାଗର ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ । 2024 ସୁଦ୍ଧା ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବା ନେଇ ନିଷ୍ପତ୍ତି ହୋଇଛି । ଏନେଇ ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଛନ୍ତି । ସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ରୂପାନ୍ତର ଆଣିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜଳସଂପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର ପରିବର୍ତ୍ତନଶୀଳ ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଛନ୍ତି । ଏହି ଉପସ୍ଥାପନା ଅନୁଯାୟୀ ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ବବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି ।

ଏହାଦ୍ବାରା ଓଡିଶାର ଜଳସଂପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ । ଜଳସେଚନ ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ ୫-ଟି କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳସଂପଦ ବିଭାଗକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ବିଭାଗୀୟ ଇଂଜିନିୟର ମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଅନ୍ୟସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବଲାଂଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ବରାନ୍ବିତ କରାଯାଇଛି, ସେ ସଂପର୍କରେ ଜିଲ୍ଲାପାଳ ମାନେ ସୂଚନା ଦେଇଛନ୍ତି । ଆଲୋଚନା ପର୍ଯ୍ୟାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି ।

ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସୂଚନା ଦିଆଯାଇଛି । ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ପ୍ରୟୋଗରେ ଭୂତଳ ପାଇପ ଲାଇନ ବ୍ୟବସ୍ଥାର ପ୍ରୟୋଗ, Geo Synthetic Mattress Lining, ସ୍କାଡା, ସ୍ବୟଂକ୍ରିୟ ଜଳପରିଚାଳନା ଆଦି ବିଭିନ୍ନ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ସଂପର୍କରେ ସୂଚନା ଦିଆଯାଇଛି । ଇଂଜିନିୟରିଂ ଜ୍ଞାନକୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ଯ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ ୱାର୍କ, ଦାୟିତ୍ବବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସଂପର୍କରେ ଉପସ୍ଥାପନା ରଖାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ ଟି ସଚିବ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଇଆସିଛନ୍ତି । ସ୍ବଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି । ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପଗୁଡିକ ଯେଭଳି ଭାବରେ ଅଗ୍ରଗତି କରୁଛି, ଆଗାମୀ ୨-୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲ୍ଲା ଭାବରେ ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଛନ୍ତି ।

ଯାଜପୁର ଜିଲ୍ଲାରେ ୫-ଟି ସ୍କୁଲ ରୂପାନ୍ତରର ସହଯୋଗ ନେଇ ସ୍କୁଲ ଗୁଡିକରେ ମିଶନ ଶକ୍ତିର ମହିଳା ମାନଙ୍କୁ ଅଭିନବ ଉପାୟରେ କଂପ୍ୟୁଟର ଶିକ୍ଷା ପ୍ରଦାନ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଛି । ଏହାଦ୍ବାରା ମିଶନ ଶକ୍ତିର ମହିଳା ମାନେ ଡିଜିଟାଲ ଶିକ୍ଷା ପାଇପାରୁଛନ୍ତି । ବୈଠକରେ ଏହି ଅଭିନବ କାର୍ଯ୍ୟକ୍ରମର ପ୍ରଶଂସା କରାଯାଇଛି । ବୈଠକରେ ଅର୍ଥମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ନଗର ଉନ୍ନୟନ ଓ ଗୃହନିର୍ମାଣ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ଜଳସଂପଦ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ମଧ୍ୟ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.