ETV Bharat / city

ବିହନ ଯୋଗାଣ ବ୍ୟବସ୍ଥାରେ ମାନ ଯାଞ୍ଚକୁ କଡାକଡି କରିବା ପାଇଁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ

author img

By

Published : Jun 13, 2021, 8:15 PM IST

ଚଳିତ ଖରିଫରେ ଚାଷୀମାନଙ୍କୁ ଉନ୍ନତ ମାନର ବିହନ ଯୋଗାଣ ସହ ବ୍ୟବସ୍ଥାରେ ମାନ ଯାଞ୍ଚକୁ ବ୍ୟବସ୍ଥିତ କରିବା ପାଇଁ ନିର୍ଦ୍ଦେଶ ଦେଲେ କୃଷି ମନ୍ତ୍ରୀ ଅରୁଣ ସାହୁ । ଅଧିକ ପଢନ୍ତୁ...

ବିହନ ଯୋଗାଣ ବ୍ୟବସ୍ଥାରେ ମାନ ଯାଞ୍ଚକୁ କଡାକଡି କରିବା ପାଇଁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିହନ ଯୋଗାଣ ବ୍ୟବସ୍ଥାରେ ମାନ ଯାଞ୍ଚକୁ କଡାକଡି କରିବା ପାଇଁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ଚଳିତ ଖରିଫ ଋତୁରେ ଚାଷୀମାନଙ୍କ ଚାହିଁବା ମୁତାବକ ଉନ୍ନତ ମାନର ବିହନ ସଠିକ ସମୟରେ ଓ ନିର୍ବାଚିତ ମୂଲ୍ୟରେ ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ଓଡ଼ିଶା ରାଜ୍ୟ ବିହନ ନିଗମ ଦ୍ଵାରା ବିହନ ଯୋଗାଣ ସମ୍ପର୍କରେ ଭର୍ଚ୍ଚୁଆଲ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ ବିହନ ନିଗମ ଦ୍ଵାରା ପ୍ରସ୍ତୁତ ପ୍ରାମାଣିକ ଧାନ ବିହନ ଚାଷୀମାନଙ୍କ ନିକଟରେ ଯେପରି ନିରନ୍ତର ଯୋଗାଣ ହୋଇପାରିବ ସେହି ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ମନ୍ତ୍ରୀ । ପାଣିପାଗ ଯୋଗୁ ବିହନ ଯୋଗାଣରେ ଯେପରି ବାଧା ନ ଉପୁଜେ, ସେ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ ।

ଆଗାମୀ ଏକ ମାସ ଖରିଫ ଚାଷ ନିମନ୍ତେ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ଏହି ସମୟ ମଧ୍ୟରେ ଚାଷୀମାନଙ୍କ ନିକଟରେ ସମସ୍ତ ଆବଶ୍ୟକୀୟ ବିହନ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଚାଷୀମାନେ ଯେପରି ଉନ୍ନତ ମାନର ବିହନ ନିର୍ଦ୍ଧାରିତ ମୂଲ୍ୟରେ ପାଇପାରିବେ ସେଥି ପାଇଁ କ୍ଷେତ୍ର ସ୍ତରରେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ବିହନ ଯୋଗାଣ ଦିଗରେ ଅସାଧୁ ବ୍ୟବସାୟୀଙ୍କ ପ୍ରତି ସତର୍କ ଦୃଷ୍ଟି ରଖିବା ପାଇଁ କହିଥିଲେ । ବିହନ ଯୋଗାଣ କ୍ଷେତ୍ରରେ କୌଣସି ଅଭିଯୋଗ ଆସିଲେ ତୁରନ୍ତ ତାହାର ସମାଧାନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ ।

ଏଥି ସହିତ ଚାଷୀମାନଙ୍କୁ ନୂତନ କିସମର ଧାନ ବିହନ ପ୍ରୟୋଗ ନିମନ୍ତେ ଉତ୍ସାହିତ କରିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଥିଲେ ୧୦ ବର୍ଷରୁ ଅଧିକ ପୁରୁଣା ପୂଜା ଏବଂ ସ୍ଵର୍ଷ ପ୍ରଜାତିର ଧାନରେ ରୋଗପୋକ ଆକ୍ରମଣର ଅଧିକ ଆଶଙ୍କା ଥିବାରୁ ଏହାର ବ୍ୟବହାରକୁ କମ୍ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ସାହୁ କହିଥିଲେ । ଉନ୍ନତ ମାନର ଓ ଅଧିକ ଉତ୍ପାଦନକ୍ଷମ ନୂତନ କିସମର ବିହନ ବ୍ୟବହାର ପାଇଁ ଚାଷୀମାନଙ୍କୁ ବିଭିନ୍ନ ଗଣମାଧ୍ୟମ ଓ ସାମାଜିର ଗଣମାଧ୍ୟମ ଜରିଆରେ ସଚେତନ କରିବା ପାଇଁ କହିଥିଲେ ମନ୍ତ୍ରୀ ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ କହିଲେ ଚଳିତ ଖରିଫରେ ଚାଷୀଙ୍କୁ ପର୍ଯ୍ୟାପ୍ତ ବିହନ ଯୋଗାଣ କ୍ଷେତ୍ରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି ଓ ଏ ଦିଗରେ ସମବାୟ ବିଭାଗ ସହିତ ଉପଯୁକ୍ତ ସମନ୍ଵୟ ରଖାଯାଇଛି । ଏହି ସହିତ ଚାଷୀଙ୍କୁ ବାସନାଯୁକ୍ତ ଚାଉଳ ଉତ୍ପାଦନ ନିମନ୍ତେ ଧାନ ବିହନ ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି ବୋଲି କହିଥିଲେ ଚଳିତ ଖରିଫରେ ଓଡ଼ିଶା ରାଜ୍ୟ ବିହନ ନିଗମ ପକ୍ଷରୁ ୫ ଲକ୍ଷ କ୍ୱିଣ୍ଟାଲ ଧାନ ବିହନ ଯୋଗାଇଦେବାର ଲକ୍ଷ୍ୟ ରଖାଯାଇଛି ବୋଲି ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ କହିଥିଲେ ।

ବୈଠକରେ ଓଡ଼ିଶା ରାଜ୍ୟ ବିହନ ନିଗମକ ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୃଷି ଖାଦ୍ୟ ଉତ୍ପାଦନ ନିର୍ଦେଶକ ଡ. ଏମ୍. ମୁଥୁ କୁମାର, ସମବାୟ ସମିତି ସମ୍ଵର ନିବନ୍ଧକ ସୁଶାନ୍ତ କୁମାର ବାରିକଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ , ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.