ETV Bharat / city

Weather Update: ୧୦ ଯାଏଁ ପ୍ରବଳ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

author img

By

Published : Aug 4, 2022, 5:28 PM IST

Updated : Aug 4, 2022, 7:37 PM IST

Weather Update: ଆସନ୍ତା ୧୦ ଯାଏଁ ପ୍ରବଳ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ
Weather Update: ଆସନ୍ତା ୧୦ ଯାଏଁ ପ୍ରବଳ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟରେ ସକ୍ରିୟ ହେଲା ଦୁର୍ବଳ ମୌସୁମୀ । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ । ଅଧିକ ପଢନ୍ତୁ

ଭୁବନେଶ୍ବର: ବଦଳିଲା ପାଗ । ସକ୍ରିୟ ହେଲା ଦୁର୍ବଳ ମୌସୁମୀ । ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଆଜି (ଗୁରୁବାର) ଠାରୁ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ପାଗ ମେଘୁଆ ହେବା ସହ କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Weather Update: ଆସନ୍ତା ୧୦ ଯାଏଁ ପ୍ରବଳ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ

ବିଶେଷ କରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ଲଘୁଚାପରେ ବେଶୀ ପ୍ରଭାବିତ ହେବ । ପ୍ରବଳ ବର୍ଷା ନେଇ ୬ ତାରିଖରେ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ସଂପୃକ୍ତ ଜିଲ୍ଲା ଗୁଡିକରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୭ ତାରିଖରେ ବର୍ଷାର ପରିମାଣ ବଢିବ । ଏଥିପାଇଁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର ଏବଂ ଗଜପତି ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅଗଷ୍ଟ ୭ ଏବଂ ୮ ତାରିଖରେ ଅଧିକାଂଶ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସକ୍ରିୟ ମୌସୁମୀ ଏବଂ ୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପାଗ ବଦଳିଛି । ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated :Aug 4, 2022, 7:37 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.